Latest Odisha News

BREAKING NEWS

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର, ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଶୁଣିବେ ଲୋକଙ୍କ ସମସ୍ୟା

ଭୁବନେଶ୍ୱର: ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର ଆରମ୍ଭ । ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଶିବିର। ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର । ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଅଭିଯୋଗ ଶୁଣାଣି କରିବା ସହ ଏହାର ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେବେ । ପ୍ରତି ସୋମବାର ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ।

ଅଭିଯୋଗ ଶୁଣାଣି ପାଇଁ ସକାଳ ୯ଟାରୁ ଦିନ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବାକୁ ପଡିବ। ଆଗ୍ରହୀ ବ୍ୟକ୍ତି ସେଠାରେ ଉପସ୍ଥିତ ରହି ନିଜ ପଞ୍ଜୀକରଣ କରାଇ ପାରିବେ। ଅଭିଯୋଗ ପ୍ରକୋଷ୍ଠ ବାହାରେ ବ୍ୟାରିକେଡ ପ୍ରସ୍ତୁତ କରାଯାଇଥିବା ବେଳେ ଏହିବାଟେ ଧାଡ଼ିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ସମସ୍ୟା ଜଣାଇବେ ଜନସାଧାରଣ । ଦୂରଦୂରାନ୍ତରୁ ଆସୁଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପାନୀୟ ଜଳ ଓ ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟ କରାଯାଇଛି ।

ସେହିପରି ଜିଲ୍ଲାପାଳମାନେ ମଧ୍ୟ ଜିଲ୍ଲାସ୍ତରରେ ପ୍ରତ୍ୟେକ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ପ୍ରତ୍ୟେକ ଅଭିଯୋଗକୁ ରାଜ୍ୟ ସରକାରଙ୍କ ଜନଶୁଣାଣି ପୋର୍ଟାଲରେ ପଞ୍ଜିକୃତ କରିବାକୁ କୁହାଯାଇଛି। ଅଭିଯୋଗ ଶୁଣାଣି ପରେ ଏହାର ରିପୋର୍ଟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପଠାଇବା ପାଇଁ ନିର୍ଦ୍ଦେଶ ରହିଛି। ଦିବ୍ୟାଙ୍ଗ, ମହିଳା ଓ ବୟସ୍କଙ୍କ ପାଇଁ ଶିବିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ପ୍ରାୟ ବର୍ଷକ ପରେ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ଲୋକଙ୍କ ସବୁ ପ୍ରକାର ସମସ୍ୟାର ସମାଧାନ କରାଯିବ ବୋଲି ସୂଚନା ଦେଇଛନ୍ତି ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ।

Leave A Reply

Your email address will not be published.