Latest Odisha News

ନଭେମ୍ବର ୧୫ରୁ ଐତିହାସିକ ବାଲିଯାତ୍ରା: ପ୍ରଥମ ଥର ପାଇଁ ହେବ ଗ୍ରୀନ କରିଡରର ବ୍ୟବସ୍ଥା

କଟକ: ନଭେମ୍ବର ୧୫ରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା । ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ । ତେବେ ଚଳିତ ବର୍ଷ କେତେଦିନ ବାଲିଯାତ୍ରା ହେବ ସେନେଇ ଏବେ କୌଣସି ନିଷ୍ପତ୍ତି ନିଆଯାଇନି । ପରବର୍ତ୍ତୀ ବୈଠକରେ ବାଲିଯାତ୍ରା ଦିନ ଧାର୍ଯ୍ୟ ଉପରେ ଆଲୋଚନା କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ ।

ତେବେ ଚଳିତ ବର୍ଷ ବାଲିଯାତ୍ରାର କଳେବର ବୃଦ୍ଧି ପାଇବ । ପ୍ରଥମ ଥର ଲାଗି ବାଲିଯାତ୍ରା ପଡିଆରେ ଗ୍ରୀନ କରିଡରର ବ୍ୟବସ୍ଥା କରାଯିବ । ବୁଧବାର, ଶୁକ୍ରବାର ଓ ରବିବାର ଭିଡ଼କୁ ନେଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ସେହିପରି ଯାନବାହନ ରଖିବା ପାଇଁ ପାର୍କିଂ ସ୍ଥଳ ଅଧିକ ହେବ । ତେବେ ଏଥର ବାଲିଯାତ୍ରାରେ ଟ୍ରାଫିକ୍‌ ପରିଚାଳନା ଓ ଟଏଲଟ୍‌ ସମସ୍ୟାକୁ ବିଶେଷ ଭାବରେ ଗୁରୁତ୍ବ ଦିଆଯିବ । ଶୃଙ୍ଖଳିତ ଓ ସୁରକ୍ଷିତ ବାଲିଯାତ୍ରା କରାଯିବା ନେଇ ଗୁରୁତ୍ବ ଦିଆଯିବ ବୋଲି କହିଛନ୍ତି ଜିଲ୍ଲାପାଳ ଦତ୍ତାତ୍ରେୟ ଭାଓ ସାହେବ୍ ସିନ୍ଧେ ।

 

Comments are closed.