ଭୁବନେଶ୍ୱର : ଆସନ୍ତାକାଲି ପାଳିତ ହେବ ଆଜାଦୀ କା ଅମୃତ ମହୋତ୍ସବ । ଦେଶ ସ୍ୱାଧିନତାର ୭୫ ବର୍ଷ ଉପଲକ୍ଷେ ଦେଶ ବ୍ୟାପି ପାଳନ କରାଯାଉଛି ଆଜାଦୀ କା ଅମୃତ ମହୋତ୍ସବ । ଏହି ଅବସରରେ ଆସନ୍ତା କାଲି ସକାଳ ୬ ଟାରେ ଭୁବନେଶ୍ୱର ସ୍ଥିତ ଆୟକର ଆୟୁକ୍ତଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ପଦଯାତ୍ରା ଆୟୋଜନ କରାଯିବ ।ଏହି ପଦଯାତ୍ରାର ନାଁ ‘ଟ୍ୟାକ୍ସାଥନ’ ରଖାଯାଇଛି ।ଏହି ପଦଯାତ୍ରା ଭୁବନେଶ୍ୱର ରାଜସ୍ୱ ବିହ।ରସ୍ଥିତ ଆୟକର ଭବନରୁ ବାହାରି ରସୁଲଗଡ,ବାଣୀବିହାର ,ରାମମନ୍ଦିର, ଜନପଥ, କଳିଙ୍ଗଷ୍ଟାଡିୟମ୍ ଦେଇ ପୁନର୍ବାର ଆୟକର ବିଭାଗକୁ ଫେରିବାର କାର୍ଯ୍ୟକ୍ରମ ରହିଛି । ସଚ୍ଚୋଟ ଟିକସଦାତାଙ୍କ ପ୍ରତି ସମ୍ମାନ ପ୍ରଦାନ କରାଯିବ । ଏହି କାର୍ଯ୍ୟକ୍ରମରେ ଟିକସ ପୈଠକରି ରାଷ୍ଟ୍ର ନିର୍ମାଣରେ ଭାଗିଦାର ହେବାଲାଗି ସଚେତନତା ସୃଷ୍ଟି କରାଯିବ ।
BREAKING NEWS
- Odisha Weather Update: ଆହୁରୀ ସପ୍ତାହେ କାଳବୈଶାଖୀ ଆଶଙ୍କା, ୨୦ ଜିଲ୍ଲାକୁ ଝଡବର୍ଷା ସତର୍କତା
- ଗୋରୁ ମାଫିଆଙ୍କ ୮ଟି ସ୍ଥାନରେ ପୋଲିସର ଚଢ଼ାଉ, ୨୦ ଲକ୍ଷ ନଗଦ ଟଙ୍କା ଜବତ
- ରାତି ୮ଟା ଯାଏଁ ଡେଡଲାଇନ୍ ଦେଲେ ଟ୍ରମ୍ପ… ଚୁକ୍ତି ଚୂଡ଼ାନ୍ତ ନହୁଏ ତେବେ ଇରାନରେ କ’ଣ ହେବ?
- କୁଏତ ଏୟାରବେସ ଉପରେ ଇରାନର ଆକ୍ରମଣ, ୧୫ ଆମେରିକୀୟ ଆହତ
- ୧୪ ବିଶ୍ୱବିଦ୍ୟାଳୟର କୁଳପତି ନିଯୁକ୍ତ;ଉଚ୍ଚଶିକ୍ଷା ମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
- Financial literacy: ଷଷ୍ଠରୁ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ପଢିବେ ଆର୍ଥିକ ସାକ୍ଷରତା ପାଠ;ସ୍ବତନ୍ତ୍ର ପ୍ରଶିକ୍ଷଣ ନେବେ ଶିକ୍ଷକ-ଶିକ୍ଷୟିତ୍ରୀ
- BJD Suspend: ମଞ୍ଜୁଲତା ଓ ମୁକ୍ତିକାନ୍ତ ବିଜେଡିରୁ ସସ୍ପେଣ୍ଡ୍
- ଅଶ୍ୱିନୀ କୁମାର ମିଶ୍ରଙ୍କୁ ବିଷୁବ ପୁରସ୍କାର ଓ ଏହିମାନେ ପାଇବେ ‘ଝଙ୍କାର’ ପୁରସ୍କାର
- Terror network:ଆତଙ୍କବାଦୀ ମଡ୍ୟୁଲ୍ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ;ପାକିସ୍ତାନ ସହ ଜଡିତ ୨ଅସ୍ତ୍ରଶସ୍ତ୍ର ଚୋରାଚାଲାଣକାରୀ ଗିରଫ
- Metro Rail Project in Odisha: ମେଟ୍ରୋ ପ୍ରକଳ୍ପ ବାତିଲ ନିଷ୍ପତ୍ତି ବିଜେପି ସରକାରଙ୍କ ହୀନମନ୍ୟତାର ପରିଚୟ: ବିଜେଡି
Comments are closed.