Latest Odisha News

ବିଭିନ୍ନ ମନ୍ଦିରରେ ପହଞ୍ଚିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିମନ୍ତ୍ରଣ ପତ୍ର

ପୁରୀ: ବିଭିନ୍ନ ମନ୍ଦିରରେ ପହଞ୍ଚିଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିମନ୍ତ୍ରଣ ପତ୍ର । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ର ଲୋକାର୍ପଣ ଉତ୍ସବରେ ସାମିଲ ହେବା ପାଇଁ ବିଭିନ୍ନ ମନ୍ଦିରଗୁଡ଼ିକରେ ନିମନ୍ତ୍ରଣ ପତ୍ର ପହଞ୍ଚିଛି । ଏହି ବଣ୍ଟନ କାର୍ଯ୍ୟ ଗତକାଲିଠାରୁ ଆରମ୍ଭ ହୋଇଛି । ଏଥିଲାଗି ୩୦ ଗୋଟି ଟିମ କରାଯାଇଛି ।

ଦ୍ୱିତୀୟ ଦିନରେ ଆଜି ଓଡିଶା ବାହାରେ କେରଳର ପଦ୍ମନାଭସ୍ୱାମୀ ମନ୍ଦିର, ମୁମ୍ବାଇର ସିଦ୍ଧିବିନାୟକ ମନ୍ଦିର, ଅହମଦାବାଦର ଜଗନ୍ନାଥ ମନ୍ଦିର, କାଳୀଘାଟର କାଳୀ ମନ୍ଦିର ଓ ଖିଦିରପୁର ଜଗନ୍ନାଥ ମନ୍ଦିର, ରାମେଶ୍ୱରମ୍ ଶ୍ରୀ ରାମନାଥସ୍ୱାମୀ ମନ୍ଦିର, ଚେନ୍ନାଇର ଜଗନ୍ନାଥ ମନ୍ଦିର, ମହୀଶୁର ଚାମୁଣ୍ଡେଶ୍ୱରୀ ମନ୍ଦିର ଓ ଜଗନ୍ନାଥ ମନ୍ଦିର, ମଥୁରା କୃଷ୍ଣ ଜନ୍ମଭୂମି ସ୍ଥଳ, ତିରୁପତି ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀଜଗନ୍ନାଥ ମନ୍ଦିର, ତିରୁମାଳା ତିରୁପତି, ମଧ୍ୟପ୍ରଦେଶର ଓଁକାରେଶ୍ୱର ଜ୍ୟେର୍ତିଲିଙ୍ଗ, ବିଜୟୱାଡା କନକଦୁର୍ଗା ମନ୍ଦିର, ବୃନ୍ଦାବନର ବାଙ୍କେବିହାରୀ ମନ୍ଦିରର ମୁଖ୍ୟମାନଙ୍କୁ ଏହି ନିମନ୍ତ୍ରଣ ପତ୍ର ପ୍ରଦାନ କରାଯାଇଛି ।

ସେହିପରି ରାଜ୍ୟ ମଧ୍ୟରେ କନ୍ଧମାଳ ଫୁଲବାଣୀର ଶ୍ରୀ ଜଗନ୍ନାଥ ମନ୍ଦିର,ଦଧିବାମନଜୀଉ ମନ୍ଦିର, ଯାଜପୁରର ବିରଜା ମନ୍ଦିର ଓ ବରାହ ମନ୍ଦିର, କଟକ ସାଲେପୁର ର ରାମକୃଷ୍ଣପୁର ଦାରୁସ୍ଥଳୀ, ଢେଙ୍କାନାଳର କପିଳାସ ଚନ୍ଦ୍ରଶେଖର ମନ୍ଦିର ଓ ବଳଦେବଜୀ ମନ୍ଦିର, କଳାହାଣ୍ଡି ର ଭଣ୍ଡାରଘରିଆଣୀ ମନ୍ଦିର ଓ ଜଗନ୍ନାଥ ମନ୍ଦିର, ପାରଳାଖେମୁଣ୍ଡି ଜଗନ୍ନାଥ ମନ୍ଦିର, ଅସ୍ତରଙ୍ଗ ମାଳଦା ର ଦାରୁକ୍ଷେତ୍ର,ସାକ୍ଷୀ ଗୋପାଳ ସ୍ଥିତ ରାଇଚକ୍ରଧରପୁର ମନ୍ଦିର, ବାରିପଦା ଶ୍ରୀ ଶ୍ରୀ ହରି ବଳଦେବ ମନ୍ଦିରରେ ନିମନ୍ତ୍ରଣ ପ୍ରଦାନ କରାଯାଇଛି ।

ସେହିପରି ସମ୍ବଲପୁର ମା ସମଲେଶ୍ୱରୀ ମନ୍ଦିର, ରେଢାଖୋଲ ଜଗନ୍ନାଥ ମନ୍ଦିର, କେନ୍ଦ୍ରାପଡା ବଳଦେବ ଜୀଉ ମନ୍ଦିର, ବୌଦ୍ଧ ର ଚନ୍ଦ୍ରଚୁଡ ମନ୍ଦିର, ପୁରୁଣା କଟକ ଭୈରବୀ ମନ୍ଦିର,ଆଠଗଡ ଶରଣ କ୍ଷେତ୍ର,ଖଲ୍ଲିକୋଟ ଚକ୍ର ତୀର୍ଥ, ଅନୁଗୋଳ ର ଜଗନ୍ନାଥ ମନ୍ଦିର ଓ ମା ହୀଙ୍ଗୁଳା ମନ୍ଦିରର ମୁଖ୍ୟମାନଙ୍କୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିମନ୍ତ୍ରଣ ପ୍ରଦାନ କରାଯାଇଛି । ସେହିପରି ଜଗତସିଂହପୁର ଅଡଙ୍ଗଗଡ ଦାରୁ କ୍ଷେତ୍ର,ଖଡିପଡିଆ ଦାରୁକ୍ଷେତ୍ର ଓ ଗଞ୍ଜାମ ମା ତାରାତାରିଣୀ ମନ୍ଦିର, ନବରଙ୍ଗପୁର ର ମା ଭଣ୍ଡାରଘରିଆଣୀ ମନ୍ଦିର ଓ ଜଗନ୍ନାଥ ମନ୍ଦିର, ଭଦ୍ରକ ର ଭଦ୍ରକାଳୀ ଓ ଆରଡ଼ି ଆଖଣ୍ଡଳମଣୀ ମନ୍ଦିର ରେ ନିମନ୍ତ୍ରଣ ଦେବା ପାଇଁ ଯାଇଥିବା ସେବାୟତ ଓ ବରିଷ୍ଠ ଅଧିକାରୀମାନେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଥିଲେ ।

ସମ୍ପୃକ୍ତ ମନ୍ଦିରର ମୁଖ୍ୟ ନିମନ୍ତ୍ରଣ ଗ୍ରହଣ କରି ମହାପ୍ରଭୁଙ୍କ ଏହି ଅନନ୍ୟ କାର୍ଯ୍ୟରେ ସାମିଲ ହେବା ଏକ ଗର୍ବ ଓ ଗୌରବ ର ବିଷୟ ବୋଲି କହିଥିଲେ । ସମସ୍ତ ସ୍ଥାନରେ ନିମନ୍ତ୍ରଣ ପ୍ରଦାନ କରିବାକୁ ଯାଇଥିବା ଟିମକୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା କରାଯାଇଥିଲା । ମହାପ୍ରଭୁଙ୍କ ଉଦ୍ଦେଶ୍ୟ ରେ ସଂକୀ୍‌ର୍ତ୍ତନ, ଶଙ୍ଖ ଧ୍ୱନି ଓ ହରିବୋଲ,ହୁଳହୁଳି ପକାଇ ସମସ୍ତେ ସ୍ୱାଗତ କରିଥିଲେ ।

Leave A Reply

Your email address will not be published.