Latest Odisha News

BREAKING NEWS

ଓଡିଶାରେ ଆରମ୍ଭ ହେଲା ବିଜେପି ସରକାର: ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ ଓ ଦୁଇ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶାରେ ପ୍ରଥମଥର ପାଇଁ ବିଜେପି ସରକାର ଗଠନ କରିବାକୁ ଯାଉଛି । ଏନେଇ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ପରେ ଉପ-ମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଏବଂ ପ୍ରଭାତୀ ପରିଡ଼ା ଓ ଶପଥ ନେଇଛନ୍ତି ।

ସେହିପରି ମୋହନ ସରକାରରେ ଶପଥ ନେଇଛନ୍ତି ୧୩ ଜଣ ମନ୍ତ୍ରୀ । ୮ ଜଣ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି ।

ଏହି ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଜେପି ନଡ୍ଡା, କେନ୍ଦ୍ର ମନ୍ତ୍ରୀ ଅମିତ ଶାହ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ତ୍ରିପୁରା ମୁଖ୍ୟମନ୍ତ୍ରୀ ମାଣିକ ଶାହ, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ, ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଓ କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଯୋଗଦେଇଛନ୍ତି ।

Comments are closed.