ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବାରେ ଉନ୍ନତି ପାଇଁ ବୀମା ଲାଗୁ କରିବାକୁ ହୋଇଛି ଦାବି। ଏନେଇ ଏକାଠି ହୋଇଛନ୍ତି ସରକାରୀ କର୍ମଚାରୀ। ସେମାନଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ଦାବି କରିଛନ୍ତି।
ଓଡ଼ିଶା ସରକାରୀ ମିଳିତ କର୍ମଚାରୀ ମହାସଂଘ ଆନୁକୁଲ୍ୟରେ ଆଜି ଭୁବନେଶ୍ୱର ସ୍ଥିତ କାର୍ଯ୍ୟାଳୟରେ ଓଡ଼ିଶାର ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀମାନଙ୍କର ସଂଗଠନର ରାଜ୍ୟ ନେତୃବୃନ୍ଦମାନଙ୍କ ମଧ୍ୟରେ ଏକ ବୈଠକ ଅନଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମହାସଂଘର ଆବାହକ ବିଜୟ ମଲ୍କଙ୍କ ସଭାପତିତ୍ବରେ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଓ ଅବସରପ୍ରାପ୍ତ କର୍ମଚାରୀଙ୍କ ପାଇଁ ସ୍ୱାସ୍ଥ୍ୟବୀମାର ଆବଶ୍ୟକତା ବିଷୟରେ କର୍ମଚାରୀମାନେ କହିଥିଲେ। ସେମାନଙ୍କୁ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ସାମିଲ କରିବାପାଇଁ ଦାବି କରିଥିଲେ।
ସୂଚନାଯୋଗ୍ୟ, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓଡ଼ିଶାର ଜନସାଧାରଣଙ୍କ ପାଇଁ ଲାଗୁ ହୋଇଥିବା ବେଳେ ରାଜ୍ୟ ସରକାରଙ୍କ ଅଧିନରେ କାର୍ଯ୍ୟରତ ଏବଂ ଅବସରପ୍ରାପ୍ତ କର୍ମଚାରୀଙ୍କ କ୍ଷେତ୍ରରେ ଏହା ଲାଗୁ ହୋଇନାହିଁ। ବିଭିନ୍ନ ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟରତ କର୍ମଚାରୀମାନଙ୍କ କ୍ଷେତ୍ରରେ ସ୍ୱାସ୍ଥ୍ୟ ବୀମା ଲାଗୁ ହୋଇଥିବା ବେଳେ ଓଡ଼ିଶା ସରକାରଙ୍କ ଅଧିନରେ କାର୍ଯ୍ୟରତ କର୍ମଚାରୀମାନଙ୍କ କ୍ଷେତ୍ରରେ ସ୍ୱାସ୍ଥ୍ୟ ବୀମା ଲାଗୁ କରିବା ପାଇଁ କର୍ମଚାରୀମାନେ ଦାବି କରିଛନ୍ତି।