ଭୁବନେଶ୍ବର : ରାଜଧାନୀ ଭୁବନେଶ୍ବରରେ ଏନଏସଜି ବ୍ଲାକ କ୍ୟାଟ୍ କମାଣ୍ଡୋଙ୍କ ରାଲି । ଅକ୍ଟୋବର ୨ ତାରିଖରୁ ଆରମ୍ଭ ହୋଇଥିବା ଅଜାଦୀ କା ଅମୃତ ମହୋତ୍ସବ ଅବସରରେ କାର୍ ରାଲିରେ ବାହାରିଛନ୍ତି ଏନଏସଜି କମାଣ୍ଡୋ । ଦିଲ୍ଲୀର ଲାଲକିଲ୍ଲାରୁ ଆରମ୍ଭ ହୋଇଥିବା ଏହି ଏନଏସଜି କାର୍ ରାଲି ଆଜି ଭୁବନେଶ୍ବରରେ ପହଞ୍ଚିଛି । ଏହି ଅବସରରେ ପୋଲିସ ମୁଖ୍ୟାଳୟରେ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା । ପୋଲିସ ଡିଜି ଅଭୟ ଏନଏସଜି କମାଣ୍ଡୋଙ୍କୁ ସମ୍ବର୍ଦ୍ଧିତ କରିଥିଲେ । ଦେଶପ୍ରେମର ବାର୍ତ୍ତା ନେଇ ସହରରୁ ସହର ପରିଭ୍ରମଣ କରୁଛନ୍ତି ଏନଏସଜି ଟିମ୍ । ଦେଶର ୧୨ଟି ରାଜ୍ୟର ୧୮ଟି ସହର ଦେଇ ଏହି ରାଲି ଯାଇଛି । ଏଥିରେ ୪୯ ଜଣ କମାଣ୍ଡୋ ୭ହଜାର ୫୦୦ କିଲୋମିଟର ରାଲିରେ ବାହାରି ଲୋକଙ୍କୁ ସଚେତନତାର ବାର୍ତ୍ତା ଦେଉଛନ୍ତି । ଆଜି ଭୁବନେଶ୍ବରରେ ପହଞ୍ଚିବା ପରେ ଏହି ଏନଏସଜି ଟିମକୁ ସ୍ବାଭତ ସହ ସମ୍ବର୍ଦ୍ଧିତ କରାଯାଇଥିଲା । ଭୁବନେଶ୍ବର ପରେ ଗୋପାଳପୁର ଦେଇ ହାଇଦ୍ରାବାଦ ଯିବ ଏହି ଏନଏସଜି ଟିମ୍ ।
BREAKING NEWS
- ଭାରତ ସରକାରଙ୍କ ପକ୍ଷରୁ କଳିଙ୍ଗନଗର ସ୍ଥିତ ନୀଳାଚଳ ଇସ୍ପାତର ସମ୍ପସ୍ରାରଣକୁ ମିଳିଲା ପରିବେଶ ମଞ୍ଜୁରୀ
- Suicide Attack in Nigeria: ନାଇଜେରିଆର ମୈଦୁଗୁରି ସହରରେ ଆତ୍ମଘାତୀ ଆକ୍ରମଣ; ୨୩ ମୃତ, ୧୦୦ ରୁ ଅଧିକ ଆହତ
- ଆଫଗାନିସ୍ତାନରେ ଅହମଦୀମାନଙ୍କ ଉପରେ ଅତ୍ୟାଚାର ଓ ବିମାନ ଆକ୍ରମଣ ପାଇଁ ପାକିସ୍ତାନକୁ କଡା ନିନ୍ଦା କଲା ଭାରତ
- ଡ୍ରୋନ୍ ସାହାଯ୍ୟରେ ଭାରତରେ ଆତଙ୍କ ସୃଷ୍ଟି କରିବା ଷଡ଼ଯନ୍ତ୍ର ପଣ୍ଡ, ଜଣେ ଆମେରିକୀୟ ସହ ୬ ୟୁକ୍ରେନୀୟ ନାଗରିକ ଗିରଫ
- Bomb Blast: ଭୟଙ୍କର ବୋମା ବିସ୍ଫୋରଣ: ଛିଡିଗଲା ଯୁବକଙ୍କ ହାତ ପାପୁଲି…
- ନିଲମ୍ବିତ ବିଧାୟକଙ୍କୁ ଗୋଟିଏ ପ୍ଲାଟଫର୍ମରେ ସାମିଲ ହେବାକୁ ଆହ୍ୱାନ ଦେଲେ ମୋକିମ୍
- Maternity Leave Adoptive Mothers: ସୁପ୍ରିମକୋର୍ଟଙ୍କ ବଡ଼ ରାୟ; ପୋଷ୍ୟ ସନ୍ତାନ ଗ୍ରହଣ କରୁଥିବା ମାଆ ବି ପାଇବେ ମାଟର୍ନିଟୀ ଲିଭ୍
- ସମସ୍ୟା ପାଇଁ ଆସିଥିଲେ ଉଠାଇ ନେଲା ପୋଲିସ
- ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ
- ବିଦେଶିନୀଙ୍କୁ ପାଗଳ କରିଦେଲା ଓଡିଆ ପୁଅର ପ୍ରେମ
Comments are closed.