Latest Odisha News

BREAKING NEWS

ଆଉ ୫ବର୍ଷ ବଢିଲା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ଅବଧି

ଭୁବନେଶ୍ବର : ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ । ୨୦୨୪ ଜାନୁଆରୀ ପହିଲାରୁ  ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ହିତାଧିକାରୀ ମାନେ ଏହି ସୁବିଧା ପାଇବେ।  ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ।

ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର ୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି। ସେମାନେ ମାଗଣାରେ ମାସକୁ ୫ କେଜି ଲେଖାଏଁ ଚାଉଳ ପାଉଛନ୍ତି। ରାଜ୍ୟରେ କେହି ବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନହୁଏ , ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.