ଭୁବନେଶ୍ୱର: କିଛି ଭୁଲ ଅଛି ଯାହାର କ୍ଷମା ନାହିଁ । ବିଗତ ବିଜେଡି ସରକାର ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ବାବୁ ଏବଂ ତାଙ୍କ ସହଯୋଗୀ ଭି.କେ.ପାଣ୍ଡିଆନ ବାବୁ ଏମିତି କିଛି ଭୁଲ କରିକି ଯାଇଛନ୍ତି ଯାହାର ମୂଲ୍ୟ ଏବେ ଓଡ଼ିିଶାବାସୀଙ୍କୁ ଦେବାକୁ ପଡୁଛି। ନିଜର ରାଜନୈତିକ ଫାଇଦା ପାଇଁ ସେମାନେ କିଭଳି ଏକ ପୁରାତନ ଐତିହ୍ୟକୁ ବିପଦକୁ ଠେଲିଦେଇଥିଲେ ତାହା ଅତ୍ୟନ୍ତ ଦୁଃଖଦାୟକ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମନ୍ଦିର ହେଉଛି ଆମର ଗର୍ବ ଏବଂ ଅସ୍ମିତାର ପରିଚୟ। ଏବେ ମେଘନାଦ ପାଚିରୀରେ ଯେଉଁ ଫାଟ ବାହାରିଛି ଏବଂ ଫାଟ ଗୁଡିକ ମଧ୍ୟ ମେଲିବା ଆରମ୍ଭ କରୁଛି ତାହା କୋଟି କୋଟି ଜଗନ୍ନାଥ ପ୍ରେମୀ ଭକ୍ତଙ୍କ ପାଇଁ ଚିନ୍ତାଜନକ କଥା। ଏଥିପାଇଁ ପୂର୍ବ ବିଜେଡି ସରକାର ହିଁ ଦାୟୀ। ଏହି କଥା ସାମ୍ନାକୁ ଆସିବା ପରେ ପ୍ରତ୍ନତତ୍ୱ ବିଭାଗ ଏବଂ ରାଜ୍ୟ ସରକାର ଏହାର ମରାମତି କାମ ଆରମ୍ଭ କରିଦେଇଛନ୍ତି। କିନ୍ତୁ ପ୍ରଶ୍ନ ଉଠୁଛି ଏହା ଘଟିଲା କାହିଁକି? ପରିକ୍ରମା ପ୍ରକଳ୍ପ ନିର୍ମାଣ ସମୟରେ ଯେଭଳି ବଡ ବଡ ମେଶିନ ଲଗାଇ ଶ୍ରୀମନ୍ଦିର ଚାରିପଟେ ଓ ଅତି ନିକଟରେ ବଡ ବଡ ଗାତ କରାଗଲା ଏହା ମେଘନାଦ ପାଚିରି ଉପରେ ପ୍ରଭାବ ପକାଇଲା। ନବୀନ ବାବୁ ଏବଂ ପାଣ୍ଡିଆନ ବାବୁ ଏନେଇ ମୁହଁ ଖୋଲି ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ବିଜେପି ମୁଖପାତ୍ର ଅନିଲ ବିଶ୍ୱାଳ କହିଛନ୍ତି।
ଶ୍ରୀ ବିଶ୍ୱାଳ କହିଛନ୍ତି, ପ୍ରତ୍ନତତ୍ୱ ବିଭାଗ ଏବଂ ନ୍ୟାଶନାଲ ମନୁମେଂଟ ଅଥରିଟିର ବିନା ଅନୁମତିରେ ପ୍ରଥମେ ମେଶିନ ଲଗାଇ ଶ୍ରୀ ମନ୍ଦିର ଚାରିପାଖ ଖୋଳାଯାଇଥିଲା। ଆମସାର ଆକ୍ଟ ୧୯୫୮କୁ ନ ମାନି ଏଭଳି ବେଆଇନ କାମ କରାଯାଇଥିଲା, ଯେଉଁଥିପାଇଁ ମାମଲା ଅଦାଲତକୁ ଗଲା। ବିନା କୌଣସି ହେରିଟେଜେ ଇମ୍ପାକ୍ଟ ଷ୍ଟଡି ଓ ଗ୍ରାଉଣ୍ଡ ପେନିଟ୍ରେଟିଂ ରାଡର ସର୍ଭେ ନ କରାଯାଇ ଏହି ଖୋଳାଖୋଳି କାମ କେଉଁ ପରିସ୍ଥିତିରେ କରାଯାଇଥିଲା? ନ୍ୟାଶନାଲ ମନୁମେଂଟ ଅଥରିଟିର ନିୟମ ଅନୁସାରେ, କୌଣସି ଐତିହ୍ୟ ପ୍ରକଳ୍ପର ୧୦୦ ମିଟର ପରିସରରେ କୌଣସି ନିର୍ମାଣ କାମ, ଖୋଳାଖୋଳି କରାଯାଇପାରିବ ନାହିଁ । ଏହାକୁ ନମାନିବା ଏବେ ମହଙ୍ଗା ପଡ଼ିଲାଣି । ପ୍ରତ୍ନତତ୍ୱ ବିଭାଗ ସେତେବେଳେ ହାଇକୋର୍ଟରେ ଯେଉଁ ସତ୍ୟପାଠ ଦେଇଥିଲେ, ସେଥିରେ ସ୍ପଷ୍ଟ ଭାବେ ଲେଖାଥିଲା ଶ୍ରୀ ମନ୍ଦିର ଚାରିପଟେ ୨୦ଫୁଟରୁ ଅଧିକ ଗଭୀରର ଗାତ ଖୋଳାଯାଇଛି । ସେହିଭଳି ଯେଉଁ ଡିପିଆର୍ ପ୍ରଥମେ ଦିଆଯାଇଥିଲା ତାକୁ ଚଂଚକତା କରି ପରେ ବଦଳାଇ ଦେଲେ। ଏହା ବୋଧ ହୁଏ ୫-ଟିର ମଡେଲ ଥିଲା। ୯୦୦ ବର୍ଷର ଏକ ପ୍ରାଚିନ ମନ୍ଦିର ଚାରିପଟେ ଯେଉଁଭଳି ଭାବରେ ବିଶାଳ ମେଶିନ ଲଗେଇ ବୃହତ ଗର୍ତ୍ତ କରାଯାଇ ଏହାର ସ୍ଥାୟୀତ୍ୱକୁ ବିଗାଡି ଦିଆଗଲା। ଏହାର ପ୍ରଭାବ ବର୍ତ୍ତମାନ ମେଘନାଦ ପାଚେରୀ ଉପରେ ପଡ଼ିଲାଣି । ଆଗାମୀ ଦିନରେ ମନ୍ଦିର ଉପରେ ଏହି ପ୍ରଭାବ ଯେ ନପଡିବ ତାହା କିଏ କହିବ! ଏବେ ପରିକ୍ରମା ପ୍ରକଳ୍ପରେ ଯେଉଁ ନିର୍ମାଣ କାମ ହୋଇଛି ତାକୁ ଦେଖିଲେ ଆଶ୍ଚର୍ଯ୍ୟ ଲାଗୁଛି ଯେ, ଯଦି ରାସ୍ତା ଆଉ ପାଇଖାନା ହିଁ ନିର୍ମାଣ କରିବାର ଥିଲା ତାହେଲେ ଏତେ ବିଶାଳ ଗର୍ତ୍ତ କାହିଁକି ମନ୍ଦିର ଚାରିପଟେ କରାଯାଇଥିଲା? ଏହା ଏକ ଷଡଯନ୍ତ୍ର ନୁହେଁ ତ ବୋଲି ଶ୍ରୀ ବିଶ୍ୱାଳ ପ୍ରଶ୍ନ କରିଛନ୍ତି ।
BREAKING NEWS
- ପରଲୋକରେ ପ୍ରଖ୍ୟାତ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ
- ପୂନର୍ବାର ଚର୍ଚ୍ଚାରେ ପନ୍ତ-ଗୋୟଙ୍କାଙ୍କ ଆଲୋଚନା
- ଓଡ଼ିଶାର ୩୦ଟି ଜିଲ୍ଲାରେ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର ଲୋକାର୍ପିତ
- PNG Connection: ସବୁ ସହରାଞ୍ଚଳକୁ PNG ସଂଯୋଗ ଯୋଗାଇ ଦିଆଯିବ;ଭଡ଼ାରେ ରହୁଥିବା ବ୍ୟକ୍ତି ବି ସୁବିଧା…
- AAP Removes Raghav Chadha: ରାଘବ ଚଢାଙ୍କୁ ବଡ଼ ଝଟକା, ରାଜ୍ୟସଭା ଉପନେତା ପଦରୁ ହଟାଇଲା AAP
- ସମ୍ବଲପୁର କୋର୍ଟକୁ ପୁଣି ବୋମା ଧମକ, ହାଇ ଆଲର୍ଟରେ ସମଗ୍ର ଅଞ୍ଚଳ
- Narendra Pond: ଏହି ଦିନରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା; ନରେନ୍ଦ୍ର ପୁଷ୍କରିଣୀରୁ ବାହାରିଲା ଚାପ ଡଙ୍ଗା
- ଜଣେ ବି ଚାଷୀର ଧାନ ରହିବ ନାହିଁ, ସବୁ ଧାନ କିଣା ଯିବ: ମନ୍ତ୍ରୀ
- Rupee Posts Biggest Gain: ୧୨ ବର୍ଷରେ ପ୍ରଥମ ଥର ଦମ୍ ଦେଖାଇଲା ଟଙ୍କା, ଡଲାର ତୁଳନାରେ କଲା ଦୃଢ଼ ପ୍ରତ୍ୟାବର୍ତ୍ତନ…
- ସମୁଦ୍ର ତଳେ ଷଡ଼ଯନ୍ତ୍ର, ଗାଏବ ହୋଇଯିବ ଇଣ୍ଟରନେଟ୍ !
Comments are closed.