Latest Odisha News

BREAKING NEWS

ଟିକାକରଣ ପ୍ରମାଣପତ୍ରରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ, କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟର ନିର୍ଦ୍ଦେଶ…

ନୂଆଦିଲ୍ଲୀ: ଟିକାକରଣ ପ୍ରମାଣପତ୍ରରୁ ହଟିବ ପ୍ରଧାନମନ୍ତ୍ରୀଙ୍କ ଫଟୋ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଟିକାକରଣ ପ୍ରମାଣପତ୍ରରୁ ହଟେଇ ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ଘୋଷଣା କରିଛି । ନିର୍ବାଚନ କମିଶନଙ୍କ ନିକଟରୁ ନୋଟିସ ପାଇବା ପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି ।

ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ, କେରଳ ସମେତ କେନ୍ଦ୍ରଶାସିତ ଅଂଚଳ ପୁଡୁଚେରୀରେ ବିଧାନସଭା ନିର୍ବାଚନ ହେବ । ଏହାକୁ ଦୃଷ୍ଟିରେ ରଖି ଫଟୋ ହଟାଇବାକୁ ନିଷ୍ପତ୍ତି ନିଆଯାଇଛି । ନିର୍ବାଚନ ସମୟରେ କୌଣସି ରାଜନୈତିକ ଦଳର ନେତାଙ୍କ ଫଟୋ ସରକାରୀ ବିଜ୍ଞାପନରେ ଦିଆଯାଇପାରିବ ନାହିଁ ବୋଲି ନିର୍ବାଚନ ଆୟୋଗ କହିଛନ୍ତି ।

ଟିଏମସି କୋଭିଡ-19 ଟିକାକରଣ ପ୍ରମାଣପତ୍ରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ଆଦର୍ଶ ନିର୍ବାଚନ ଆଚରଣ ବିଧି ଉଲଂଘନ ହେଉଥିବା ନିର୍ବାଚନ କମିଶନଙ୍କ ନିକଟରେ ଅଭିଯୋଗ କରିଥିଲା । ଅଭିଯୋଗ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିର୍ବାଚନ କମିଶନ ମାର୍ଚ୍ଚ ୬ରେ କେନ୍ଦ୍ର ସରକାରଙ୍କୁ ନୋଟିସ ଜାରି କରିଥିଲେ । ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଟିକାକରଣ ପ୍ରମାଣପତ୍ରରୁ ପ୍ରଧାନମନ୍ତ୍ରୀଙ୍କ ଫଟୋ ହଟାଇବାକୁ ନିର୍ଦ୍ଦେଶ ଦେଇଥିଲେ । ନିର୍ବାଚନ କମିଶନଙ୍କ ନିକଟରୁ ନୋଟିସ ପାଇବା ପରେ କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ରାଜେଶ ଭୂଷଣ କମିଶନଙ୍କ ନିର୍ଦ୍ଦେଶ ପାଳନ କରାଯିବ ବୋଲି କହିଥିଲେ ।  

Leave A Reply

Your email address will not be published.