ଭୁବନେଶ୍ୱର: ଆସନ୍ତା ଜୁନ ମାସ ୩୦ ତାରିଖ ସୁଦ୍ଧା ମାଟ୍ରିକ ପରୀକ୍ଷା ଖାତା ଦେଖା ଶେଷ ହେବ ଓ ଜୁଲାଇ ଶେଷ ସପ୍ତାହ ସୁଦ୍ଧା ଫଳାଫଳ ପ୍ରକାଶ ପାଇବ । ଯେଉଁ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ବାକି ରହିଯାଇଥିବ ତାହାକୁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) କାର୍ଯ୍ୟାଳୟକୁ ଅଣାଯାଇ ଖାତା ଦେଖା ଶେଷ କରାଯିବ ବୋଲି ସୂଚନା ମିଳିଛି।
ମିଳିଥିବା ସୂଚନାନୁସାରେ, ସେକେଣ୍ଡାରୀ ବୋର୍ଡ ହାଇସ୍କୁଲରେ ବାକି ଖାତାଗୁଡ଼ିକର ମୂଲ୍ୟାୟନ କରାଯିବ । ମୂଲ୍ୟାୟନ କାର୍ଯ୍ୟ ଶେଷ ହେବା ପରେ ନମ୍ବର ତଦାରଖ କରାଯାଇ ଆସନ୍ତା ଜୁଲାଇ ମାସ ଶେଷ ସପ୍ତାହ ସୁଦ୍ଧା ପରୀକ୍ଷାଫଳ ପ୍ରକାଶ କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ୟପଟେ ମୂଲ୍ୟାୟନ କାର୍ଯ୍ୟରେ ନିୟୋଜିତ ଥିବା ଅଧିକାରୀମାନେ ଫେରିବା ପରେ ସେମାନଙ୍କର ସ୍ୱାବ୍ ପରୀକ୍ଷା କରାଯାଇ ଛଡ଼ାଯିବ ବୋଲି ମଧ୍ୟ ବୋର୍ଡ ପକ୍ଷରୁ ଯୋଜନା କରାଯାଇଛି । ରାଜ୍ୟର ୨ ହଜାର ୮୮୮ଟି ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୬୦ ହଜାର ପରୀକ୍ଷାର୍ଥୀ ଏଥର ପରୀକ୍ଷା ଦେଇଥିଲେ । ପରୀକ୍ଷା ସରିବା ପରେ ମାର୍ଚ୍ଚ ୧୯ ତାରିଖରୁ ଖାତା ଦେଖା ଆରମ୍ଭ ହୋଇଥିଲା । ମାତ୍ର ବିଭିନ୍ନ କାରଣରୁ ଖାତା ଦେଖା ସ୍ଥଗିତ ରହିବା ପରେ ମେ’ ୨୬ ତାରିଖରୁ ରାଜ୍ୟର ୬୦ଟି ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ଆରମ୍ଭ ହୋଇଛି ।
BREAKING NEWS
- ଉଦୟଗିରିରେ ଅର୍ନ୍ତଜାତୀୟ ବୌଦ୍ଧ ସମ୍ମିଳନୀ ଉଦଘାଟିତ, ଦେଶ ବିଦେଶରୁ ଆସିଛନ୍ତି ୧୭୦୦ରୁ ବୌଦ୍ଧ ଧର୍ମାବଲମ୍ବୀ
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
Comments are closed.