Latest Odisha News

BREAKING NEWS

ରାମନାଗୁଡା ବ୍ଲକକୁ ସମ୍ପୂର୍ଣ୍ଣ ମରୁଡି ଘୋଷଣା କରିବା ଦାବି ନେଇ ତହସିଲ କାର୍ଯ୍ୟାଳୟ ଘେରାଉ

ରାୟଗଡା: ଜିଲ୍ଲାରେ ଅଭାବୀ ବର୍ଷା ଯୋଗୁଁ ଚଳିତ ବର୍ଷ ଧାନ ଫସଲ ବଦଳରେ ମରୁଡି ଭଳି ପରିସ୍ଥିତି ଉପୁଜୁଛି। ତେଣୁ ରାମନାଗୁଡ଼ା ବ୍ଲକକୁ ସମ୍ପୂର୍ଣ୍ଣ ଭାବେ ମରୁଡ଼ି ଘୋଷଣା ଦାବିରେ ଆଦିବାସୀ ନେତା ତ୍ରିପତି ଗମାଙ୍ଗଙ୍କ ନେତୃତ୍ୱରେ ଶତାଧିକ ଆଦିବାସୀ ଆଜି ରାମନାଗୁଡ଼ା ତହସିଲ କାର୍ଯ୍ୟାଳୟକୁ ଘେରାଉ କରିବା ସହ ବିଭିନ୍ନ ଦାବିରେ ତହସିଲଦାର ନିର୍ମଳ ସାହୁଙ୍କୁ ୧୬ ଦଫା ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରିଛନ୍ତି।

ମରୁଡ଼ିରେ କ୍ଷତିଗ୍ରସ୍ଥ ଚାଷୀମାନଙ୍କୁ ଏକର ପିଛା ୫୦,୦୦୦/-ହଜାର ଟଙ୍କା ଓ ଋଣ ଛାଡ଼, ନୂଆ ଋଣ ଯୋଗାଇବା ଏବଂ ଭାଗଚାଷୀଙ୍କୁ ଚାଷୀର ମାନ୍ୟତା, ମରୁଡ଼ି କ୍ଷତିଗ୍ରସ୍ତ ହିତାଧିକାରୀକୁ ଜଳକର ଛାଡ଼, କପା କୁଇଣ୍ଟାଲ ୯୦୦୦ ହଜାର ଟଙ୍କା, ଗୋଗୁପାଡୁ ପଞ୍ଚାୟତର କାଟିକି ଓ ଗୁଲୁଣ୍ଟି ପଞ୍ଚାୟତର ତାମେଲିଗୁଡ଼ା ଗ୍ରାମର ଆଦିବାସୀମାନଙ୍କ ଭୋଗ ଦଖଲରେ ରହିଥିବା ଜମିର ପଟ୍ଟା ପ୍ରଦାନ ଓ ଆଦିବାସୀମାନଙ୍କ ନାମରେ ହୋଇଥିବା ମିଥ୍ୟା କେସ୍‌କୁ ପ୍ରତ୍ୟାହାର, କେନ୍ଦ୍ର ସରକାରଙ୍କ ଦ୍ବାରା ଜଙ୍ଗଲ ଅଧିକାର ଆଇନ ୨୦୦୬ ଓ ଗ୍ରାମ ସଭାକୁ ଅକାମୀ କରିଦେଉଥିବା ଚକ୍ରାନ୍ତକୁ ବନ୍ଦ କରିବା ଦାବି ରହିଛି।

ସେହିପରି ଆଦିବାସୀ ମାନଙ୍କର ଭୋଗ ଦଖଲରେ ରହିଥିବା ସରକାରୀ ଜମି, ଜଙ୍ଗଲ ଜମିକୁ ଚିହ୍ନଟ କରିବା ପାଇଁ ଆର.ଆଇ ଓ ଅମିନ୍‌କୁ ମାସିକ ୧୫ ଦିନ ପାଇଁ ନିର୍ଦ୍ଦେଶ ଦେବା, ଶୀତଳ ଭଣ୍ଡାର ଓ ଢ଼େପାଗୁଡ଼ା ଡ୍ୟାମରୁ ଚାଷୀମାନଙ୍କୁ ଜଳ ସେଚନ ଯୋଗାଇବା ଓ ଗୁଲୁଣ୍ଡି ପଞ୍ଚାୟତରେ ସୋରିଷ ପଦର ଗାଁର ଚାଷୀମାନଙ୍କୁ ଜଳକର ଛାଡ, କେନାଲ ନିମନ୍ତେ କ୍ଷତିଗ୍ରସ୍ଥଙ୍କୁ କ୍ଷତିପୂରଣ ଓ ଲହରଗାଡ଼ା ନାଳକୁ ଜଳ ପ୍ରକଳ୍ପ, ଆନ୍ଧ୍ରର ଜମି ମାଫିଆମାନେ ଆଦିବାସୀମାନଙ୍କ ଦଖଲରେ ଥିବା ଜମିକୁ ବେଆଇନ ଭାବେ ରେଜିଷ୍ଟି ରଦ୍ଧ କରିବା ଆଦି ଦାବି ପ୍ରମୁଖ ଅଛି। ଏହି ଦାବି ପତ୍ର ପ୍ରଦାନ ଅନାମିଶା ଶବର ବୃନ୍ଦାବନ ବିଡ଼ିକା ରାମ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.