Latest Odisha News

BREAKING NEWS

ସୁସ୍ଥ ହେଲେ ଆଉ ୨୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଅଣାୟତ ହେଲାଣି କରୋନା । ଦିନକୁ ଦିନ ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା । ତେବେ ଏହାରି ଭିତରେ ସୁସ୍ଥ ହାର ମଧ୍ୟ ବଢ଼ିବାରେ ଲାଗିଛି । ଆଜି ରାଜ୍ୟରେ ଆଉ ୨୦୩ କରୋନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାରୁ ମୋଟ ଆରୋଗ୍ୟ ସଂଖ୍ୟା ୪୯୪୬ରେ ପହଂଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି ।

ଆଜି ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଗଂଜାମ ଜିଲ୍ଲାରୁ ସର୍ବାଧିକ ୬୦ ଜଣ ଅଛନ୍ତି। ସେହିପରି ଗଜପତି ଜିଲ୍ଲାରୁ ୨୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, କଟକ ଜିଲ୍ଲାରୁ ୧୮ ଜଣ, ଭଦ୍ରକ ଜିଲ୍ଲାରୁ ୧୪ ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ମୟୂରଭଂଜ ଜିଲ୍ଲାରୁ ୧୦ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ବାଲେଶ୍ୱର ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ ଜଣ, ଅନୁଗୁଳ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ ଜଣ, ବଲାଙ୍ଗୀର ଓ ଜଗତସିଂହପୁର ଜିଲ୍ଲାରୁ ୨୨-୨ ଜଣ, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ସଂକ୍ରମିତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି।

ସୂଚନାଯୋଗ୍ୟ, ରାଜ୍ୟରେ ଏପର୍ଯ୍ୟନ୍ତ ୨ ଲକ୍ଷ ୬୦ ହଜାର ୪୨୮ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଆଜି ପର୍ଯ୍ୟନ୍ତ ମୋଟ ୬୮୮୯ ଜଣ ଲୋକ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨୩ ଜଣଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.