Latest Odisha News

BREAKING NEWS

ଆରମ୍ଭ ହେବ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା

ଭୁବନେଶ୍ବର : ଆରମ୍ଭ ହେବ ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା । ୨୦୨୨ ଜାନୁଆରୀ ସୁଦ୍ଧା ୧୮ ବର୍ଷ ହେଉଥିବା ବ୍ୟକ୍ତିମାନେ ଏଥିରେ ସାମିଲ ହୋଇପାରିବେ । ଯେଉଁମାନେ ଯୋଗ୍ୟ ଭୋଟର ହୋଇଥିବେ, କିନ୍ତୁ ତାଙ୍କର ଭୋଟର ଲିଷ୍ଟରେ ନାଁ ନଥିବ, କିମ୍ବା ଯେଉଁ ମାନେ ଭୋଟର ଲିଷ୍ଟରୁ ନାଁ କାଟିବାକୁ ଚାହୁଁ ଥିବେ କିମ୍ୱା ତ୍ରୁଟି ସଂଶୋଧନ କରି ପାରିବେ, ସେମାନଙ୍କୁ ଏଥିରେ ସାମିଲ କରାଯିବ । ଏହି ବ୍ୟବସ୍ଥା ଚଳିତ ଥର ଅନଲାଇନ ବ୍ୟବସ୍ଥା ମାଧ୍ୟମରେ କରାଯିବ । ପୂର୍ବରୁ ଏହା ଅଫଲାଇନରେ କରାଯାଉଥିଲା । ଏକ ସ୍ବତନ୍ତ୍ର ଆପ ମାଧ୍ୟମରେ ଏହି ସଂଶୋଧନ ପ୍ରକ୍ରିୟା ଲୋକମାନେ କରି ପାରିବେ । ଏଥିପାଇଁ ନିର୍ଦ୍ଦିଷ୍ଟ କିଛି ପ୍ରମାଣ ପତ୍ର ଲୋକମାନଙ୍କୁ ଦେବାକୁ ହେବ । ଏହା ପରେ ସରକାରୀ ଅଧିକାରୀ ମାନେ ଘରକୁ ଯାଇ ଆପଣକୁ କାର୍ଡ ଯୋଗାଇ ଦେବେ ।

ନଭେମ୍ବର ୭ ଓ ୨୧ ତାରିଖ ଦିନ ସରକାରୀ ଅଧିକାରୀ ମାନେ ବୁଥରେ ରହିବେ । ଲୋକମାନେ ସେଠାକୁ ଯାଇ କି ଭୋଟର ତାଲିକା ସଂଶୋଧନ କରିପାରିବେ । ଉପାନ୍ତ ଅଞ୍ଚଳରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ । ମାସକ ମଧ୍ୟରେ ଲୋକମାନେ ସଂଶୋଧନ ପାଇଁ ଆବେଦନ କରିପାରିବେ । ଏହାର ତର୍ଜମା ପାଇଁ ୨୦ ଦିନ ସମୟ ଲାଗିବ । ଜାନୁଆରୀ ୬ ତାରିଖରେ ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ । ସେହିପରି ଦୁଇଟି ଭୋଟର ଆଇଡ଼ି ଥିବା ୧ ଲକ୍ଷ ଲୋକଙ୍କୁ ଅଟୋ ମେକାନିଜିମ ଦ୍ବାରା ବାଦ ଦିଆଯାଇଛି ବୋଲି କହିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ।

Leave A Reply

Your email address will not be published.