ବାଲେଶ୍ୱର: ବୃଦ୍ଧି ପାଇବାରେ ଲାଗିଛି ଜଳକା ନଦୀର ଜଳସ୍ତର । ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ନଦୀର ଜଳସ୍ତର ବଢିବାରେ ଲାଗିଛି । ବାଲେଶ୍ୱର ଜିଲ୍ଲା ମଥାନୀ ଠାରେ ନଦୀର ସତର୍କ ସଙ୍କେତ ୬.୫୦ ଉପରେ ରହିଛି । ଜଳସ୍ତର ବୃଦ୍ଧି ପାଉଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ନଦୀ କୁଳିଆ ବାସିନ୍ଦା ।
ଗତ ଦୁଇଦିନ ଧରି ବାଲେଶ୍ବର ସମେତ ପଡୋଶୀ ମୟୁରଭଞ୍ଜ ଜିଲାରେ ପ୍ରବଳ ବର୍ଷା ହୋଇଛି । ଯେଉଁ କାରଣରୁ ବସ୍ତା ଦେଇ ପ୍ରବାହିତ ହେଉଥିବା ଜଳକା ନଦୀ ଅବବାହିକା ସମେତ ନଦୀର ଉପର ମୁଣ୍ଡ ରାସଗୋବିନ୍ଦପୁର,ମୋରଡା, ଶୁଳିଆପଦା, ଚିତ୍ରଡା ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ବୃଦ୍ଧି ପାଉଛି ନଦୀର ଜଳସ୍ତର ।
ବର୍ଷା ଲାଗିରହିଥିବାରୁ ବନ୍ୟା ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା କରା ଯାଉଛି । ଦିନ ୧୧ଟା ସୁଦ୍ଧା ଜଳସ୍ତର ବୃଦ୍ଧି ପାଇ ୬.୫୦ ମିଟରରେ ପ୍ରବାହିତ ହେଉଛି । ଯଦି ବନ୍ୟା ହୁଏ ତେବେ ବସ୍ତା ବ୍ଲକର ୧୦ ଏବଂ ସଦର ବ୍ଲକର ୩ ଟି ପଞ୍ଚାୟତ ପ୍ରଭାବିତ ହେବାର ଆଶଙ୍କା କରାଯାଉଛି ।
Comments are closed.