Latest Odisha News

BREAKING NEWS

ରାଜ୍ୟରେ ବଦଳିଲା ପାଗ, ଆସନ୍ତା ୨୪ ଘଣ୍ଟାରେ ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ଉପକୂଳବର୍ତ୍ତି ଆନ୍ଧ୍ର ଉପରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ପାଗରେ ପରିବର୍ତ୍ତନ ହୋଇଛି । ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପ୍ ଝିପ୍ ବର୍ଷା ହେବାସହ ପାଗ କୋହଲା ରହିଛି । ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ସାଇକ୍ଲୋନିକ୍‌‌ ସର୍କୁଲେସନ୍‌ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ମେଘୁଆ ପାଗ ରହିବ ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡ଼ା, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଗଞ୍ଜାମ ଏବଂ ସୋନପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.