Latest Odisha News

BREAKING NEWS

ତାତିରୁ ମିଳିବ ତ୍ରାହି: ୩ ଦିନ ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: କାଳବୈଶାଖୀ ବର୍ଷା ଯୋଗୁଁ ଆଶିଂକ ଭାବେ ତାତିରୁ ମିଳିଛି ମୁକ୍ତି । ତେବେ ଆଜି ରାଜ୍ୟର ୧୪ ଜିଲ୍ଲାକୁ କାଳବୈଶାଖୀ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୫ ଦିନ ଯାଏଁ ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ତେବେ ସୋମବାର ସୋମବାର ସମଗ୍ର ରାଜ୍ୟରେ କେତେକ ସ୍ଥାନରେ ହାଲୁକା ରୁ ମଧ୍ୟମ ଧରଣ ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ଼, ସୋନପୁର, ସମ୍ୱଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଆଦି ଏହି ସବୁ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି ।

ସେହିପରି ମଙ୍ଗଳବାର ଦିନ ସମ୍ୱଲପୁର, ଅନୁଗୋଳ, ଦେବଗଡ଼, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କଟକ, ଝାରସୁଗୁଡ଼ା, ବୌଦ୍ଧ, ସୋନପୁର, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ସେହିପରି ବୁଧବାର ଦିନ ମଧ୍ୟ ବାଲେଶ୍ୱର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଏହି ସମୟରେ ଘଣ୍ଟା ପ୍ରତି ୪୦ କିମି ବେଗରେ ପବନ ବହିପାରେ । ଯାହାକୁ ନେଇ ୩ ଦିନ ପାଇଁ ରାଜ୍ୟର ଅଧାରୁ ଅଧିକ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୧ ତାରିଖ ଯାଏଁ କାଳବୈଶାଖୀର ପ୍ରଭାବ ରହିବ । ରାତି ତାପମାତ୍ରା ଆସନ୍ତା ୪ ଦିନ ଯାଏଁ ବିଶେଷ ପରିବର୍ତ୍ତନ ହେବନାହିଁ ।

Leave A Reply

Your email address will not be published.