ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଶୀତର ଲହରୀ । ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପାଗରେ ହବାର ନାହିଁ କୌଣସି ପରିବର୍ତ୍ତନ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବ ଅନୁମାନ କରିଛି ଯେ, ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ ।
ଗତ ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ ଜିଲ୍ଲା ଜି.ଉଦୟଗିରିରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୩.୧ ଡିଗ୍ରି ରେକର୍ଡ ହୋଇଛି । ଏହାପରକୁ ଜି. ଉଦୟଗିରିରେ ତାପମାତ୍ରା ୪.୨ ଡିଗ୍ରୀ, ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୬ ଡିଗ୍ରି, ସିମିଳିଗୁଡ଼ାରେ ୬.୧ ଡିଗ୍ରୀ, କୋରାପୁଟରେ ୭ ଡିଗ୍ରୀ, ରାଉରକେଲାରେ ୮.୨ ଡିଗ୍ରୀ, ଚିପିଲିମାରେ ୮.୬ ଡିଗ୍ରୀ, ଝାରସୁଗୁଡ଼ାରେ ୮.୯ ଡିଗ୍ରୀ, ଭବାନୀପାଟଣାରେ ୯ ଡିଗ୍ରୀ, ଅନୁଗୁଳରେ ୯.୬ ଡିଗ୍ରୀ, ବୌଦ୍ଧ ଓ କିରୋଇରେ ୯.୮ ଡିଗ୍ରି ରହିଥିଲା । ଅନ୍ୟ ସମସ୍ତ ସହରର ପାରଦ ୧୦ ଡିଗ୍ରି କିମ୍ବା ତା’ଠାରୁ ଅଧିକ ଥିଲା ।
୧୯ରୁ ୨୦ ତାରିଖବେଳକୁ ଶୀତ ସାମାନ୍ୟ କମିପାରେ । ହେଲେ ୨-୩ ଦିନ ପରେ ପୁଣି ଶୀତ ବଢ଼ିବା ସମ୍ଭାବନା ଅଛି । ଫେବ୍ରୁଆରୀ ୧୫ ପର୍ଯ୍ୟନ୍ତ ଶୀତ ପ୍ରକୋପରେ ବଡ଼ ପରିବର୍ତ୍ତନ ସମ୍ଭାବନା କମ୍ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।