Latest Odisha News

BREAKING NEWS

ପ୍ରଶାସନ-ପୂଜକ ଆଲୋଚନ ବିଫଳ : ଆଜି ବଡ ଓଷାରେ ଦ୍ବାର ଭାଙ୍ଗି ବାବା ଧବଳେଶ୍ବରଙ୍କ ବଡସିଂହାର ବେଶ ଦର୍ଶନ କଲେ ଭକ୍ତ

କଟକ : ଚାଲିଛି ମହାପଞ୍ଚୁକ ବ୍ରତ । ଏଥିଲାଗି ରାଜ୍ୟର ପ୍ରାୟ ସବୁ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇପଡିଛି । ସକାଳୁ ସକାଳୁ ସବୁ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ପରିଲକ୍ଷିତ ହେଉଛି । ଆଜି ପଞ୍ଚୁକର ୩ୟ ଦିନରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ବର  ।  ରାତି ୩ଟାରୁ ବାବାଙ୍କର ପହଡ ଖୋଲାଯାଇଥିଲା ।  ପରେ ୧୦୮  ଗରା ଜଳରେ ସ୍ନାନ କରାଯାଇ ମଙ୍ଗଳ ଆଳତୀ , ମଇଲମ, ବାଳଭୋଗ ଆଦି କରାଯାଇଥିଲା।

ଦର୍ଶନ ବ୍ୟବସ୍ଥାକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଯୋଗୁଁ କାଲିଠୁ ଭକ୍ତମାନେ ଦର୍ଶନରୁ ବଞ୍ଚିତ ଥିଲେ  । ତେଣୁ ଆଜି ମନ୍ଦିର ମୁଖ୍ୟଦ୍ବାର କବାଟ ଭାଙ୍ଗି ବାବାଙ୍କୁ ଦର୍ଶନ କରିଛନ୍ତି । ସେପଟେ ଆଜି ଧବଳେଶ୍ୱରଙ୍କ ପୀଠରେ ବଡ଼ ଓଷା ପାଳନ ହେଉଛି । ତ୍ରୟୋଦଶୀ ଓ ଚତୁର୍ଦ୍ଦଶୀର ସନ୍ଧି କ୍ଷଣରେ ବାବା ଧବଳେଶ୍ୱରଙ୍କ ପାଖରେ ଗଜଭୋଗ ଓ ତରଣ ଲାଗି କରାଯିବ । ଏଥିଲାଗି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେପଟେ ଭକ୍ତଙ୍କ ଭିଡକୁ ଆଖି ଆଗରେ ରଖି ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି  ।

Leave A Reply

Your email address will not be published.