Latest Odisha News

BREAKING NEWS

ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ, ଅହମ୍ମଦାବାଦରେ ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ଆରମ୍ଭ ହେଲା ଦେଶରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ। ୧୦ ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୩ଟି ଲୋକସଭା ଆସନରେ ଆଜି ଭୋଟ ଗ୍ରହଣ ହେଉଛି। ମତାଧିକାର ମାଧ୍ୟମରେ ୧୩ଶହ ୫୧ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୧୭ କୋଟିରୁ ଅଧିକ ଭୋଟର୍ । ଏଥିପାଇଁ ୧ଲକ୍ଷ ୮୫ ହଜାର ବୁଥ୍ ହୋଇଛି । ସକାଳ ୭ଟାରେ ମତଦାନ ଆରମ୍ଭ ହୋଇଛି।

ଆଜି ତୃତୀୟ ପର୍ଯ୍ୟାୟରେ ଉତ୍ତରପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ଆସାମ, ବିହାର, ଛତିଶଗଡ଼, ପଶ୍ଚିମବଙ୍ଗ, ଗୋଆ ଏବଂ ଦାଦ୍ରା ନଗର ହାଭେଳି ଓ ଦାମନ ଡିଉ ପାଇଁ ଭୋଟ ଗ୍ରହଣ ଚାଲିଛି। ତୃତୀୟ ପର୍ଯ୍ୟାୟ ମତଦାନରେ ସାମିଲ ପାଇଁ ପ୍ରଧାନମନ୍ତ୍ରୀ ଅପିଲ୍ କରିଛନ୍ତି। ରେକର୍ଡ ସଂଖ୍ୟାରେ ମତଦାନ କରିବାକୁ ଅପିଲ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଭୋଟରଙ୍କ ସକ୍ରିୟ ଅଂଶଗ୍ରହଣ ନିଶ୍ଚିତ ଭାବେ ଅଧିକ ଉତ୍ସାହିତ କରିବ ବୋଲି କହିଛନ୍ତି। ଅନ୍ୟପଟେ ତୃତୀୟ ପର୍ଯ୍ୟାୟ ମତଦାନରେ ସାମିଲ ହୋଇ ଅହମ୍ମଦାବାଦରେ ମତଦାନ କଲେ ପ୍ରଧାନମନ୍ତ୍ରୀ ମୋଦୀ।

ତୃତୀୟ ପର୍ଯ୍ୟାୟରେ ଗୁଜରାଟର ୨୬ରୁ ୨୫ ଲୋକସଭା ଆସନରେ ନିଆଯାଉଛି ଭୋଟ। ସୁରତ ସିଟରେ କଂଗ୍ରେସ ପ୍ରାର୍ଥୀଙ୍କ ନାମାଙ୍କନ ଖାରଜ ହେବାରୁ ବିଜେପିର ମୁକେଶ ଦଲାଲ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସେହିପରି କର୍ଣ୍ଣାଟକର ୧୪, ମହାରାଷ୍ଟ୍ରର ୧୧, ତ୍ତରପ୍ରଦେଶର ୧୦, ମଧ୍ୟପ୍ରଦେଶର ୮, ଛତିଶଗଡ଼ ୭, ବିହାର ୫ ଏବଂ ଆସାମ ଓ ପଶ୍ଚିମବଙ୍ଗର ୪ଟି ଲେଖାଏଁ ସିଟରେ ଭୋଟିଂ ହେଉଛି। ସେହିପରି ଗୋଆର ୨ ଏବଂ କେନ୍ଦ୍ର ଶାସିତ ଅଞ୍ଚଳ ଦାଦ୍ରା ନଗର ହାଭେଳି ଓ ଦାମନ ଡିଉର ୨ଟି ସିଟରେ ହେଉଛି ମତଦାନ। ଏହି ପର୍ଯ୍ୟାୟରେ ହେବାକୁ ଥିବା ଜମ୍ମୁ ଓ କଶ୍ମୀରର ଗୋଟିଏ ଆସନ ପାଇଁ ମତଦାନ ପରବର୍ତ୍ତୀ ପର୍ଯ୍ୟାୟକୁ ଘୁଞ୍ଚାଇ ଦିଆଯାଇଛି।

Leave A Reply

Your email address will not be published.