Latest Odisha News

BREAKING NEWS

ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ଫୋକସରେ ୪ ଆସନ

ଭୁବନେଶ୍ଵର: ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ହେବ ଭୋଟିଂ । ୬ ଲୋକସଭା ଆସନ ପାଇଁ ୬୪ ପ୍ରାର୍ଥୀ ଲଢ଼ୁଥିବା ବେଳେ ୪୨ ବିଧାନସଭା ଆସନ ପାଇଁ ମୈଦାନରେ ଅଛନ୍ତି ୩୮୩ ପ୍ରାର୍ଥୀ । ତୃତୀୟ ପର୍ଯ୍ୟାୟ ନିର୍ବାଚନପାଇଁ ଫୋକସରେ ରହିଛି ୪ ଲୋକସଭା ଆସନ । ସମ୍ବଲପୁର, ପୁରୀ, ଭୁବନେଶ୍ବର ଓ କଟକ ଆସନର ହେଭିୱାଟ ନେତାଙ୍କ ଉପରେ ସମସ୍ତଙ୍କ ନଜର ।

ତୃତୀୟ ପର୍ଯ୍ୟାୟରେ ୧୦,୫୫୧ ବୁଥ୍ରେ ଭୋଟ୍ ଗ୍ରହଣ କରାଯିବ । ୨ ହଜାର ମଡେଲ ପୋଲିଂ ଷ୍ଟେସନର ବ୍ୟବସ୍ଥା କରାଯାଇଛି । ୨୦ ପ୍ରତିଶତ ସମ୍ବେଦନଶୀଳ ପୋଲିଂ ଷ୍ଟେସନ ଚିହ୍ନଟ ହୋଇଛି । ସୁରକ୍ଷା ଦୃଷ୍ଟିରୁ ତୃତୀୟ ପର୍ଯ୍ୟାୟରେ ୧୨୧ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ଫୋର୍ସ (CAPF) ମୁତୟନ ରହିବେ । ଏହି ପର୍ଯ୍ୟାୟରେ ୯୪.୪୮ ଲକ୍ଷ ଭୋଟର ରହିଛନ୍ତି । ସେଥି ମଧ୍ୟରୁ ପୁରୁଷ ୪୮.୩୦ ଲକ୍ଷ, ମହିଳା ଭୋଟର ୪୬.୧୮ଲକ୍ଷ ରହିଛନ୍ତି । ୨୧ ପ୍ରତିଶତ ଯୁବ ଭୋଟର ଅଛନ୍ତି । ପୋଷ୍ଟାଲ ବାଲାଟରେ ୩୦ ହଜାରୁ ଅଧିକ ଭୋଟ୍ ଗ୍ରହଣ କରାଯାଇଛି ।

ଏହି ପର୍ଯ୍ୟାୟରେ ପ୍ରାୟ ୭୦ ହଜାର ପୋଲିଂ କର୍ମଚାରୀ ନିୟୋଜିତ ହୋଇଛନ୍ତି । ସମସ୍ତ ପୋଲିଂ ଷ୍ଟେସନ୍‌ ଲୋକେସନ୍‌ରେ ଜଣେ ଲେଖାଏଁ ସ୍ଵେଚ୍ଛାସେବୀ ଓ ଜଣେ ଲେଖାଏଁ ଆଶାକର୍ମୀ ନିୟୋଜିତ ହୋଇଛନ୍ତି । ୨୦ ପ୍ରତିଶତ ସମ୍ବେଦନଶୀଳ ପୋଲିଂ ଷ୍ଟେସନ ଚିହ୍ନଟ ହୋଇଛି । ସୁରକ୍ଷା ଦୃଷ୍ଟିରୁ ତୃତୀୟ ପର୍ଯ୍ୟାୟରେ ୧୨୧ କମ୍ପାନୀ ସେଣ୍ଟ୍ରାଲ ଆର୍ମଡ ଫୋର୍ସ (CAPF) ମୁତୟନ ରହିବେ । ପୋଷ୍ଟାଲ ବାଲାଟରେ ୩୦ ହଜାରୁ ଅଧିକ ଭୋଟ୍ ଗ୍ରହଣ କରାଯାଇଛି । ବିଶେଷକରି ସହରୀ ଭୋଟର ଅଧିକ ସଂଖ୍ୟାରେ ଭୋଟ୍ ଦେବା ପାଇଁ ସାମ୍ବାଦିକ ସମ୍ମିଳନୀ କରି ଅପିଲ୍ କରିଛନ୍ତି ରାଜ୍ୟ ନିର୍ବାଚନ ଅଧିକାରୀ ।

 

Leave A Reply

Your email address will not be published.