କଟକ: କଟକରେ ଦିନକୁ ଦିନ ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି । କଟକ ମହାନଗର ନିଗମ ୩୮ ନମ୍ବର ୱାର୍ଡ ଅନ୍ତର୍ଗତ ମାଲଗୋଦାମ ବେହେରା ସାହି ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ସମ୍ପୃକ୍ତ ଅଞ୍ଚଳରେ ଏକାଧିକ ପଜିଟିଭ ମାମଲା ଚିହ୍ନଟ ହେବା ପରେ ଏଭଳି ନିଷ୍ପତ୍ତି ନେଇଛି କଟକ ମହାନଗର ନିଗମ।
କଣ୍ଟେନମେଣ୍ଟ ଅଞ୍ଚଳ ମଧ୍ୟକୁ ପ୍ରବେଶ ଓ ପ୍ରସ୍ଥାନ ଉପରେ ଜାରି ହୋଇଛୁ କଟକଣା। କଣ୍ଟେନମେଣ୍ଟ ଜୋନ ମଧ୍ୟରେ ଥିବା ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ଏଥିସହ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମହାନଗର ନିଗମ ପକ୍ଷରୁ ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି।
Comments are closed.