Latest Odisha News

ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ଚଳିତ ବର୍ଷର ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ

ଭୁବନେଶ୍ୱର: ଏବର୍ଷ ମହାତ୍ମା ଗାନ୍ଧୀ ମାର୍ଗରେ ପାଳିତ ହେବ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ଉତ୍ସବ । ଆଜି ରାଜ୍ୟ ଗୃହ ବିଭାଗ ଏବଂ ସୂଚନା ଓ ଲୋକସଂପର୍କ ବିଭାଗ ସହିତ ଏକ ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଚଳିତ ବର୍ଷ ପରେଡରେ ସ୍କୁଲ-କଲେଜ ଓ ପୋଲିସ ବାହିନୀର କଣ୍ଟିଜେଣ୍ଟକୁ ମିଶାଇ ପ୍ରାୟ ୪୦ଟି କଣ୍ଟିଜେଣ୍ଟ ଅଂଶଗ୍ରହଣ କରିବେ । ସକାଳ ୯ଟାରେ ମୁଖ୍ୟମନ୍ତ୍ରୀ ପତାକା ଉତ୍ତୋଳନ କରି ଜନସାଧାରଣଙ୍କୁ ଉଦ୍‌ବୋଧନ ଦେବେ। ଏହାପରେ ସମ୍ମିଳିତ ପରେଡରେ ଅଭିବାଦନ ଗ୍ରହଣ କରିବେ।

ଏହି ଅବସରରେ ଜିଲ୍ଲାସ୍ତରର ସ୍ବାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ପାଇଁ ଅଧିକ ଅର୍ଥର ବରାଦ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସ୍ବାଧୀନତା ଦିବସ ଆମର ଏକ ଜାତୀୟ କାର୍ଯ୍ୟକ୍ରମ। ସାରା ଦେଶବାସୀଙ୍କ ପାଇଁ ଖୁସି ଓ ଉତ୍ସବର ଦିବସ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ । ତେଣୁ ଏହାକୁ ମହାସମାରୋହରେ ପାଳନ କରିବା ପାଇଁ ସେ ପରାମର୍ଶ ଦେଇଛନ୍ତି ଶ୍ରୀ ମାଝୀ ।

 

Comments are closed.