ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଉମରକୋଟ୍ ବ୍ଲକରେ ତିନି ଦିନିଆ ସଟଡାଉନ ଘୋଷଣା କରାଯାଇଛି । ସ୍ଥାନୀୟ ଅଞ୍ଚଳର ଲୋକେ ସାମାଜିକ ଦୂରତା ନିୟମ ଉଲଂଘନ ସହ ମାସ୍କ ପିନ୍ଧି ନାଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି । ଶୁକ୍ରବାର ମଧ୍ୟରାତ୍ରିରୁ ଏହି କଟକଣା ଲାଗୁ କରାଯାଇଛି ଏବଂ ରବିବାର ମଧ୍ୟରାତ୍ର (ଜୁନ୍ ୨୯) ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ନବରଙ୍ଗପୁର ଜିଲ୍ଲାପାଳ ଅଜିତ କୁମାର ମିଶ୍ର ଏହି ସୂଚନା ଦେଇଛନ୍ତି। ଜିଲ୍ଲାପାଳ ଦେଇଥିବା ସୁଚନା ଅନୁସାରେ, ପ୍ରଶାସନ ଏହି ବନ୍ଦ ସମ୍ପର୍କରେ ଲୋକଙ୍କୁ ଅବଗତ କରାଇଛି ଏବଂ କର୍ଫ୍ୟୁ ଭାଙ୍ଗୁଥିବା ଲୋକଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ମଧ୍ୟ ଗ୍ରହଣ କରାଯିବ। “ମେଡିକାଲ ଜରୁରୀକାଳୀନ ଏବଂ ଦୁଗ୍ଧ ବିକ୍ରିକୁ ଅନୁମତି ଦିଆଯିବ” ବୋଲି ଜିଲ୍ଲାପାଳ କହିଛନ୍ତି ।
ସଟଡାଉନ ସମୟରେ ବାହାରେ ବୁଲାବୁଲି ନକରିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ଶୁକ୍ରବାର ଦିନ ନବରଙ୍ଗପୁର ଜିଲ୍ଲାରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ଏହି ଜିଲ୍ଲାରର ସାତଟି ସକ୍ରିୟ ମାମଲା ରହିଛି।
BREAKING NEWS
- ସରକାରଙ୍କ ବଡ଼ ଘୋଷଣା: ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ…
- ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲ୍ଲା ପ୍ରଶାସନ
- ୪ ରାଜ୍ୟରେ କରୁଥିଲେ ଅନଲାଇନ ଟ୍ରେଡିଂ ଠକେଇ, ତିନି ଗିରଫ
- ରାଜ୍ୟ ସରକାର ଭୁଲ ତଥ୍ୟ ଦେଇ ବିଶ୍ୱ ବ୍ୟାଙ୍କ ଟିମ୍ ଓ ଓଡ଼ିଶାବାସୀଙ୍କୁ ବିଭ୍ରାନ୍ତ କରୁଛନ୍ତି: ବିଜେଡି
- Joranda Mela: ଚଳଚଞ୍ଚଳ ଢେଙ୍କାନାଳ;ଆରମ୍ଭ ହେଉଛି ବିଶ୍ବ ପ୍ରସିନ୍ଧ ଯୋରନ୍ଦା ମେଳା
- Gopalpur Mahotsav: ଗଞ୍ଜାମ ଜିଲ୍ଲାବାସୀଙ୍କୁ ୪୯୨ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ପ୍ରକଳ୍ପ ଭେଟି;୩୨ କୋଟିରେ ଗୋପାଳପୁର…
- ସମସ୍ତ ଚାଷୀଙ୍କ ଧାନ ସରକାର କିଣିବେ, କାହାରି ବି ଟୋକନ ଲାପ୍ସ ଯିବ ନାହିଁ: ମନ୍ତ୍ରୀ
- Odisha Budget 2026-27: ଏହି ଦିନରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ, ୨୦ରେ ବଜେଟ୍ ଉପସ୍ଥାପନ
- Naxalites Surrender: ‘ଲାଲ ଆତଙ୍କ’ଉପରେ ପ୍ରହାର: ୮ଲକ୍ଷ ପୁରସ୍କାର ରାଶି ଥିବା ୪ ମାଓବାଦୀଙ୍କ ଆତ୍ମସମର୍ପଣ
- ଏଣିକି ମହାପ୍ରୟାଣ ପରିବର୍ତ୍ତେ ‘୧୦୯ ନମ୍ବର’ ଗାଡି ବ୍ୟବହାର କରାଯିବ: ସ୍ବାସ୍ଥ୍ୟମନ୍ତ୍ରୀ
Comments are closed.