ଜଗତ୍ସିଂହପୁର: ପୁରୀଜିଲ୍ଲା ଅସ୍ତରଙ୍ଗସ୍ଥିତ ପୀରଜାହାନିଆଠାରେ ୩ ଜଣ ଯୁବକ ସମୁଦ୍ରରେ ବୁଡ଼ି ଯାଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଅନ୍ୟ ଜଣଙ୍କର କୌଣସି ପତ୍ତା ମିଳିନି । ଜଗତସିଂହପୁରରୁ କିଛି ଯୁବକ ଭୋଜି କରିବାକୁ ଅସ୍ତରଙ୍ଗ ସମୁଦ୍ରକୁଳକୁ ଯାଇଥିଲେ । ଭୋଜି ସରିବା ପରେ ଉକ୍ତ ୩ ଜଣ ସମୁଦ୍ରକୁ ଗାଧୋଇବାକୁ ଯାଇଥିଲେ । ଅସାବଧାନତା ଯୋଗୁ ୩ ଜଣ ଯାକ ବୁଡ଼ି ଯାଇଥିଲେ । ଏହା ଦେଖି ସେଠାରେ ଉପସ୍ଥିତ ଥିବା କିଛି ଯୁବକ ଜଣଙ୍କୁ ଉଦ୍ଧାର କରିଥିଲେ । ଅନ୍ୟ ଦୁଇଜଣ ଭାସିଯାଇଥିଲେ । ପରେ ଆଉ ଜଣଙ୍କୁ ସଂଜ୍ଞାହୀନ ଅବସ୍ଥାରେ ଉଦ୍ଧାର କରି ଅସ୍ତରଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ଅବସ୍ଥା ଗୁରୁତର ହେବାରୁ ଚାରିଛକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଅଗ୍ନିଶମ ବାହିନୀ, ପୋଲିସ ଓ ସ୍ଥାନୀୟ ଯୁବକ ଅନ୍ୟ ଜଣଙ୍କୁ ଖୋଜିବାରେ ଲାଗିଛନ୍ତି ।
BREAKING NEWS
- Cyber Fraud Busted: ପୋଲିସ ହାତରେ ଧରାପଡିଲେ ୧୨ ଆନ୍ତଃରାଜ୍ୟ ସାଇବର ଲୁଟେରା
- Hero Hockey India League:ହ୍ୟାଟ୍ରିକ ବିଜୟ ସହ ପଏଣ୍ଟ ଟେବୁଲର ଶୀର୍ଷରେ କଳିଙ୍ଗ ଲାନସର୍ସ
- କୋହଲି, ଗିଲଙ୍କ ଆକର୍ଷଣୀୟ ପ୍ରଦର୍ଶନ: ପ୍ରଥମ ଦିିନିକିଆରେ ଭାରତ ବିଜୟୀ
- ଆସନ୍ତା ୧୫ରେ ବରଗଡ଼ ବନ୍ଦ
- ଝାରସୁଗୁଡ଼ାରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ
- ସଚିନଙ୍କୁ ପଛରେ ପକାଇ ବିଶ୍ୱରେକର୍ଡ କଲେ କିଙ୍ଗ କୋହଲି
- Fire In Ama Bus: ଗତ ୨୪ ଘଣ୍ଟା ମଧ୍ୟରେ ଦୁଇଟି ‘ଆମ ବସ’ରେ ଅଗ୍ନିକାଣ୍ଡ
- Rourkela Plane Crash: ରାଉରକେଲା ବିମାନ ଦୁର୍ଘଟଣା; ସ୍ଥାନୀୟ ଜନସାଧାରଣଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ
- ଟି୨୦ ବିଶ୍ୱକପ: ଚର୍ଚ୍ଚାରେ ଅକ୍ଷର ପଟେଲଙ୍କ ବୟାନ
- ଅସୁରକ୍ଷିତ ରାସ୍ତା ଯୋଗୁଁ ଦୁର୍ଘଟଣା; ରାସ୍ତା ନିର୍ମାଣକାରୀ ସଂସ୍ଥାକୁ ଚିଠି ଲେଖିଲା ଏସଟିଏ
Comments are closed.