Latest Odisha News

BREAKING NEWS

ପ୍ରତିଭା ରାୟ, ସୀତାକାନ୍ତ ମହାପାତ୍ର ଏବଂ ଶ୍ରୀନିବାସ ଉଦଗାତାଙ୍କୁ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ପ୍ରଦାନ

ଭୁବନେଶ୍ୱର : ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ୨୦୨୧ ପାଇଁ ପ୍ରତିଭା ରାୟ, ୨୦୨୨ ପାଇଁ ସୀତାକାନ୍ତ ମହାପାତ୍ର ଏବଂ ୨୦୨୩ ମସିହା ପାଇଁ ଶ୍ରୀନିବାସ ଉଦଗାତାଙ୍କୁ ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ପ୍ରଦାନ କରାଯାଇଛି । ପୁରସ୍କାର ବାବଦରେ ସେମାନଙ୍କୁ ପାଞ୍ଚ ଲକ୍ଷ ଟଙ୍କାର ଅର୍ଥରାଶି ସହ ମାନପତ୍ର ଓ ଉପଢ଼ୌକନ ପ୍ରଦାନ କରାଯାଇଛି। ଏହା ସହ ତିନି ବର୍ଷ ପାଇଁ ୪୫ ଜଣ ବରିଷ୍ଠ ସାରସ୍ଵତ ସାଧକ ସାଧିକାଙ୍କୁ ସାହିତ୍ୟ ଏକାଡେମୀ ପକ୍ଷରୁ ସମ୍ବର୍ଦ୍ଧିତ କରାଯିବ ବୋଲି ଜଣାପଡିଛି।

ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି ।

Leave A Reply

Your email address will not be published.