Latest Odisha News

ଟ୍ଵିନ ସିଟି ସମେତ ଏହି ୧୮ ଟି ଜିଲ୍ଲାରେ ବଜ୍ରପାତ ଓ ବର୍ଷା ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଓଡିଶାର ୧୮ ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗର ପୂର୍ବନୁମାନ ଅନୁଯାୟୀ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ଵର, ଭଦ୍ରକ, ଅନୁଗୁଳ,ଢେଙ୍କାନାଳ, ଯାଜପୁର, ସୋନପୁର, ବୌଦ୍ଧ, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି, ସୁନ୍ଦରଗଡ, ପୁରୀ, ନୟାଗଡ଼ ଏବଂ ଖୋର୍ଦ୍ଧା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ଓ ଘଡଘଡି ର ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାକୁ ଶୁକ୍ରବାର ରାତି ୧୦ ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି।

Comments are closed.