Latest Odisha News

BREAKING NEWS

ଆହୁରି ଦୁଇ ଦିନ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ତାତିରୁ ସାମାନ୍ୟ ଆଶ୍ୱସ୍ତି। ରାଜ୍ୟରେ ଲଘୁଚାପ ପ୍ରଭାବରେ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିଛି। ଦିନର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି। ଆହୁରି ଦୁଇ ଦିନ କାଳବୈଶାଖୀ ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ।

ଆଜି ରାଜ୍ୟର ୨୫ଟି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷାର ସମ୍ଭାବନା ରହିଛି। ସେହିପରି ୧୧ ଓ ୧୨ ତାରିଖରେ ଉପକୂଳ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ରହିବ ଏବଂ ୧୩ ତାରିଖଠାରୁ ପାଗରେ ପରିବର୍ତ୍ତନ ଆସିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଅନ୍ୟପଟେ ବୌଦ୍ଧ ବ୍ୟତୀତ ରାଜ୍ୟର ସମସ୍ତ ସହରରେ ଦିନର ତାପମାତ୍ରା ୪୦ ଡିଗ୍ରି ତଳକୁ ଖସି ଆସିଛି। ଅଧିକାଂଶ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ କୋରାପୁଟ, ରାୟଗଡ଼ା, ଦେବଗଡ଼, କଳାହାଣ୍ଡି ଜିଲ୍ଲାରେ ବର୍ଷା ହୋଇଛି। କୋରାପୁଟ ଜିଲ୍ଲାର ବନ୍ଧୁଗାଁରେ ସର୍ବାଧିକ ୩୦ ମିମି ବର୍ଷା ହୋଇଥିବା ବେଳେ ରାୟଗଡ଼ା ଜିଲ୍ଲାର ବିଷମକଟକରେ ୨୭.୪, କୋଲନରାରେ ୨୧.୩, ରାୟଗଡ଼ାରେ ୧୭.୮ ମିମି ବର୍ଷା ରେକର୍ଡ କରାଯାଇଛି।

Comments are closed.