ଭୁବନେଶ୍ୱର: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଆଗମନ ପାଇଁ ପାଗ ଅନୁକୂଳ ରହିଛି । ଆଗାମୀ ୨ ଦିନରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗରର କିଛି ଅଂଶ ସହ ଆଣ୍ଡାମାନ ସାଗର ଏବଂ ଆଣ୍ଡାମାନ ଓ ନିକୋବର ଛୁଇଁବା ନେଇ ପାଗ ଅନୁକୂଳ ଥିବା ସୂଚନା ଦେଇଛି ପାଣିପାଗ ବିଭାଗ ।
ଅନ୍ୟପଟେ ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ । ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପାରଦ ୪୨ ଡିଗ୍ରୀ ପାଖାପାଖି ରହିପାରେ ।
#Warning for Day-1 to Day-5: pic.twitter.com/M9hq918Rhm
— Meteorological Centre, Bhubaneswar (@mcbbsr) May 28, 2023
ଆଗାମୀ ୨୪ ଘଣ୍ଟାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ନେଇ ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ରାୟଗଡ଼଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ, ଢେଙ୍କାନାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଦିଆଯାଇଛି । ସେହିଭଳି କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କେନ୍ଦୁଝର ଓ ଅନୁଗୁଳ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇପାରେ ।
୨୯ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଓ ଗଜପତି ଜିଲ୍ଲାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହୋଇପାରେ । ସେହିଭଳି ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବୌଦ୍ଧ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହୋଇପାରେ କାଳବୈଶାଖୀ ବର୍ଷା । ଏଭଳି ପାଗ ଜୁନ୍ ୨ ତାରିଖ ଯାଏ ଲାଗି ରହିବାକୁ ଥିବା ବେଳେ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
Comments are closed.