Latest Odisha News

BREAKING NEWS

ଆଉ ୫ ଦିନ କାଳବୈଶାଖୀ, ୨୪ ଘଣ୍ଟା ପାଇଁ ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର: ଉତ୍ତରପୂର୍ବ ବାଂଲାଦେଶ ଓ ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନ ଠାରୁ ୧.୫ କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଅନ୍ୟପଟେ ରାଜ୍ୟରେ ଆଉ ୫ ଦିନ ଘଡ଼ଘଡ଼ି ବର୍ଷା ଲାଗି ରହିବ । ଏନେଇ ପାଣିପାଗ ବିଭାଗ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ଆଗାମୀ ୪ରୁ ୫ ଦିନ ମଧ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ।

ଆଗାମୀ ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଦେଇଛି । କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗର ଝୁଙ୍କ ପବନ ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ରାୟଗଡ଼ା ଓ ବୌଦ୍ଧ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଓ ଦେବଗଡ଼ ଜିଲ୍ଲାରେ କୁଆପଥର ବର୍ଷା ସମ୍ଭାବନା ରହିଛି ।

୨୬ ତାରିଖରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗର ଝୁଙ୍କ ପବନ ସହ କାଳବୈଶାଖୀ ନେଇ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

୨୭ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାରେ କାଳବୈଶାଖୀ ନେଇ ୟେଲୋ ଆଲର୍ଟ ଜାରି ହୋଇଛି । କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ନୟାଗଡ଼ ଜିଲ୍ଲାରେ କୁଆପଥର ବର୍ଷା ହୋଇପାରେ ।

Leave A Reply

Your email address will not be published.