Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ୧୦ଟି ଜିଲ୍ଲାକୁ ପାଣିପାଗ କେନ୍ଦ୍ରର ସତର୍କ ସୂଚନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୦ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଗୁରୁବାର ଦିନ ପୂର୍ବାନୁମାନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକ ଓ ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ, ନୟାଗଡ ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଅପରାହ୍ନ ୪ଟା ୪୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.