Latest Odisha News

କାଳବୈଶାଖୀ ସମ୍ଭାବନା, ୧୪ଟି ଜିଲ୍ଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ରାଜ୍ୟରେ ପ୍ରାୟତଃ ପାଗ କୋହଲା ରହିଥିବାବେଳେ ଗୁରୁବାର ଦିନ ୧୪ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଅପରାହ୍ନ ୪ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ଜାରି ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୁଳ, କନ୍ଧମାଳ, କଟକ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି ଓ ପୁରୀ ଆଦି ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.