Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୨୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୨୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୨୧ ଜିଲ୍ଲାରେ ଦ୍ୱିପ୍ରହର ୩ଟା ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବିଜୁଳି ଓ ଘଡଘଡି ମାରିବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଖୋର୍ଦ୍ଧା, ସୁନ୍ଦରଗଡ, ସମ୍ବଲପୁର, ବରଗଡ, ଝାରସୁଗୁଡା, କୋରାପୁଟ, ବୌଦ୍ଧ, ଜଗତସିଂହପୁର, ନୂଆପଡା, ସୋନପୁର ଓ କଟକ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ମଧ୍ୟ ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି. ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.