ଭୁବନେଶ୍ୱର: ପୂର୍ବ ତେଲେଙ୍ଗାନା ଏବଂ ଏହାକୁ ଲାଗି ରହିଥିବା ଉପକୂଳ ଆନ୍ଧ୍ରପ୍ରଦେଶ ଉପରେ ଏକ ଲଘୁଚାପ କ୍ଷେତ୍ର (ଯାହା ପୂର୍ବରୁ ଏକ ଶକ୍ତିଶାଳୀ ବାତ୍ୟା ‘ମୁରାସୁ’ର ଅବଶେଷ ଥିଲା) ସକ୍ରିୟ ରହିଛି।
ଯଦିଓ ଏହି ଲଘୁଚାପ କ୍ଷେତ୍ରଟି ବର୍ତ୍ତମାନ ଦୁର୍ବଳ ହୋଇଯାଇଛି। ତଥାପି ଏହାର ପ୍ରଭାବରେ ଓଡ଼ିଶାରେ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ଝଡ଼-ତୋଫାନ ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ଗୁରୁବାର ଦିନ ସୂଚନା ଦେଇଛି।
ଏହି ପରିପ୍ରେକ୍ଷୀରେ ନଭେମ୍ବର ୫ ତାରିଖ ପାଇଁ ରାଜ୍ୟର ସମସ୍ତ ଜିଲ୍ଲା – ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ପାଇଁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି। ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ଏବଂ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ଏହା ବ୍ୟତୀତ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ଝଡ଼-ତୋଫାନ ହେବାର ସମ୍ଭାବନା ମଧ୍ୟ ରହିଛି।
ଅନ୍ୟପକ୍ଷରେ, ଆଗାମୀ ୨୪ ଘଣ୍ଟା ମଧ୍ୟରେ ଦିନର ତାପମାତ୍ରା ୨ ରୁ ୪ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ହ୍ରାସ ପାଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
