Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୭ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୭ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ରାତି ୮ଟା ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ୧୭ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ଗଜପତି, ଗଞ୍ଜାମ, ନୟାଗଡ, ଖୋର୍ଦ୍ଧା (କଟକ ଓ ଭୁବନେଶ୍ୱର), ପୁରୀ, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ, ବୌଦ୍ଧ, ସୋନପୁର, କେରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଆହୁରି ମଧ୍ୟ ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟାପ୍ରତି ୩୦-୪୦ କିମି. ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.