Latest Odisha News

ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟର ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୧୭ଟି ସ୍ଥାନରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶନିବାର ଦିନ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବରଗଡ, ସୋନପୁର, ବୌଦ୍ଧ, ଭୁବନେଶ୍ୱର, କଟକ, କେନ୍ଦୁଝର, ନୂଆପଡା, ବଲାଙ୍ଗିର, ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ମାଲକାନଗିରି, କୋରାପୁଟ, କନ୍ଧମାଳ ଓ ନୟାଗଡ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ସନ୍ଧ୍ୟା ୬ଟା ୧୫ମି. ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Comments are closed.