Latest Odisha News

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୯ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ଓଡିଶାର ପ୍ରାୟ ୧୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଧବାର ଦିନ ପୂର୍ବାନୁମାନ କରାଯାଇଛି ।

ଭାରତୀୟ ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ରାଜ୍ୟର ପ୍ରାୟ ୧୯ଟି ଜିଲ୍ଲାରେ ପାଖାପାଖି ଅପରାହ୍ନ ୪ଟା ୩୦ମି. ପର୍ଯ୍ୟନ୍ତ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବିଜୁଳି ଓ ଘଡଘଡି ମାରିବାର ସମ୍ଭାବନା ରହିଛି ।

ପାଣିପାଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ସୁନ୍ଦରଗଡ, ସମ୍ବଲପୁର, ବରଗଡ, ଝାରସୁଗୁଡା, ଦେଓଗଡ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, କଳାହାଣ୍ଡି, ନବରଙ୍ଗପୁର, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ ଓ ଖୋର୍ଦ୍ଧା ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

Leave A Reply

Your email address will not be published.