Latest Odisha News

BREAKING NEWS

ସନ୍ଧ୍ୟା ୬ଟା ଯାଏ ୧୮ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ୧୮ ଜିଲ୍ଲାରେ କାଳବୈଶାଖୀ ନେଇ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ସନ୍ଧ୍ୟା ୬ଟା ଯାଏ ୧୮ ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ଝୁଙ୍କ ପବନ ସହ ବଜ୍ରପାତ ଓ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଜିଲ୍ଲାକୁ ସନ୍ଧ୍ୟା ୬ଟା ଯାଏ ଆଲର୍ଟ ଜାରି କରାଯାଇଛି ।

ପାଗକୁ ଦେଖି ଘରୁ ବାହାରିବାକୁ ଲୋକଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୪ରୁ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି ହୋଇଥିବା ବେଳେ ସର୍ବୋଚ୍ଚ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ।

Leave A Reply

Your email address will not be published.