Latest Odisha News

BREAKING NEWS

ପାଣିପାଗ ବିଭାଗର ସତର୍କ ସୂଚନା; ୧୪ ଜିଲ୍ଲାରେ ଘଡଘଡି ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ରାଜ୍ୟର ୧୪ଟି ଜିଲ୍ଲାରେ ଶୁକ୍ରବାର ଦିନ ଘଡ଼ଘଡ଼ି ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲା ଲାଗି ସତର୍କ ସୂଚନା ଜାରି କରାଯାଇଛି । ଆଭ୍ୟନ୍ତରୀଣ ଓ ଉତ୍ତର ଉପକୂଳ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ନେଇ ପୂର୍ବାନୁମାନ କରାଯାଇଛି।

ନୂଆପଡ଼ା, ବଲାଙ୍ଗୀର, ସୋନପୁର, କଳାହାଣ୍ତି ସମେତ ଅଭ୍ୟନ୍ତରୀଣ ଓଡ଼ିଶା, ବାଲେଶ୍ବର ଓ ଗଜପତିର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସୁନ୍ଦରଗଡ଼ରେ ସର୍ବାଧିକ ୫ ମିମି ବର୍ଷା ରେକର୍ଡ କରାଯାଇଛି ।

ଶୁକ୍ରବାର ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି ।

୧୯ ତାରିଖରେ ମଧ୍ୟ ତାପମାତ୍ରା କମ ରହିବା ବେଳେ ୨୧ରୁ ଧୀରେ ଧୀରେ ତାପମାତ୍ରା ବଢ଼ିବା ନେଇ ସୂଚନା ମିଳିଛି । ୨୪ରୁ ସର୍ବୋଚ୍ଚ ତାପମାତ୍ରା ୩୪ରୁ ୩୫ ଡିଗ୍ରୀ ସେଲସିୟସ୍‌ ଉପରେ ରହିବ ବୋଲି ବିଭାଗ ପକ୍ଷରୁ ଅନୁମାନ କରାଯାଉଛି।

Leave A Reply

Your email address will not be published.