Latest Odisha News

BREAKING NEWS

କାଳବୈଶାଖୀ ଓ ପ୍ରବଳ ବର୍ଷା ନେଇ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ମେ ୫ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଥିବା ବେଳେ ରାଜ୍ୟରେ କାଳବୈଶାଖୀ ଆଉ ୪ରୁ ୫ ଦିନ ଲାଗି ରହିବ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ୪ ତାରିଖ ସକାଳ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ହେବ ।

ତେବେ ଆସନ୍ତକାଲି ୩୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗିର ଜିଲ୍ଲାରେ କାଳବୈଶାଖୀ ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ଝୁଙ୍କ ପବନ ହୋଇପାରେ । ସେହିଭଳି ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ।

କଳାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଟକ, ଯାଜପୁର, ଭଦ୍ରକ, ବାଲେଶ୍ୱର ଓ ଦେବଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ୧ ତାରିଖରେ କାଳବୈଶାଖୀ ନେଇ ଗଜପତି, ମାଲକାନଗିରି, ସୁନ୍ଦରଗଡ଼, ଝାରସୁଗୁଡ଼ା, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, ସମ୍ବଲପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାକୁ ୟେଲୋ ଆଲର୍ଟ ରହିଛି ।

ସେପଟେ ଆଇଏମଡି ଆକଳନ ଅନୁସାରେ, ଦକ୍ଷିଣ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ୫ ତାରିଖ ବେଳକୁ ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ପରବର୍ତ୍ତୀ ସମୟରେ ଅବପାତର ରୂପ ନେଇପାରେ । ତେବେ ଲଘୁଚାପ ପରବର୍ତ୍ତୀ ସମୟରେ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବ କି ନାହିଁ ସେନେଇ ପାଣିପାଗ ବିଭାଗ କୌଣସି ଆକଳନ କରି ନାହିଁ ।

Leave A Reply

Your email address will not be published.