Latest Odisha News

BREAKING NEWS

ତାତିରୁ ମିଳିବ ଆଶ୍ୱସ୍ତି, ଘଡ଼ଘଡ଼ି ବର୍ଷା ନେଇ ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ତାତିରୁ ମିଳିବ ଆଶ୍ୱସ୍ତି, ଭିଜାଇବ ଘଡ଼ଘଡ଼ି ବର୍ଷା । ରାଜ୍ୟର ଅନେକ ସହରରେ ପାରଦ ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିଥିବା ବେଳେ ଆଜି ଘଡ଼ଘଡ଼ି ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଆଜି ଘଡ଼ଘଡ଼ି ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

୧୮ ତାରିଖରେ ୧୧ ଜିଲ୍ଲା, ୧୯ ତାରିଖରେ ୧୫ ଜିଲ୍ଲା, ୨୦ ତାରିଖରେ ୨୩ ଜିଲ୍ଲାକୁ ଘଡ଼ଘଡ଼ି ବର୍ଷା ନେଇ ୟେଲୋ ଆଲର୍ଟ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୩ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇବ । ତଥାପି ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ୨ରୁ ୩ ଡିଗ୍ରୀ ଅଧିକ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଗତକାଲି ରାଜ୍ୟର ୨୨ ଜିଲ୍ଲାରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିଲା । ଝାରସୁଗୁଡ଼ାରେ ରେକର୍ଡ ହୋଇଥିଲା ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୩ ଡିଗ୍ରୀ । ଆଜିଠୁ ୨୦ ତାରିଖ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା ସମ୍ଭାବନା ରହିଥିବାରୁ ତାପମାତ୍ରା ସାମାନ୍ୟ କମିପାରେ ।

Leave A Reply

Your email address will not be published.