Latest Odisha News

BREAKING NEWS

ବିଭିନ୍ନ ଜିଲ୍ଲାରେ ବଜ୍ରପାତ ଓ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିବ ବର୍ଷା ଓ ବଜ୍ରପାତ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଏବଂ ତତସଂଲଗ୍ନ ଉତ୍ତର ଶ୍ରୀଲଙ୍କା ଉପକୂଳ ଉପରେ ଘୂର୍ଣ୍ଣିବଳୟ ରହିଛି । ପ୍ରଭାବରେ ରାଜ୍ୟରେ ୧୩ ତାରିଖ ଯାଏ ବଜ୍ରପାତ ଓ ଘଡ଼ଘଡ଼ି ଲାଗି ରହିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

୧୧ ତାରିଖ ସକାଳ ୮ଟା ୩୦ ଯାଏ ବଜ୍ରପାତ ଓ ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିଭଳି ୧୧ ତାରିଖରେ ବଜ୍ରପାତ ଓ ଘଡ଼ଘଡ଼ି ନେଇ କଳାହାଣ୍ଡି, କନ୍ଧମାଳ, ଗଜପତି, ଗଞ୍ଜାମ, ବଲାଙ୍ଗିର, ନୂଆପଡ଼ା, ବରଗଡ଼଼, ସୋନପୁର, ବୌଦ୍ଧ, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

୧୨ ତାରିଖରି ୧୩ ତାରିଖ ସକାଳ ୮ଟା ୩୦ ଯାଏ ବଜ୍ରପାତ ଓ ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

Leave A Reply

Your email address will not be published.