Latest Odisha News

BREAKING NEWS

ଟ୍ୱିନ୍ ସିଟି ସହ ୬ ଜିଲ୍ଲାରେ ସନ୍ଧ୍ୟା ୭ଟା ୩୦ ଯାଏ କାଳବୈଶାଖୀ ବର୍ଷା

ଭୁବନେଶ୍ୱର: ଦିନରେ ଜାଳିଲା, ଅପରାହ୍ଣରେ ବର୍ଷିବ । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ଦିନ ସାଢ଼େ ୨ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୪.୪ ଡିଗ୍ରୀ ରେକର୍ଡ କରାଯାଇଛି । ଅନ୍ୟପଟେ ଆଗାମୀ ୩ ଘଣ୍ଟାରେ ରାଜ୍ୟର ୬ ଜିଲ୍ଲାରେ କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ଓ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସମ୍ଭାବନା ରହିଛି । ଏନେଇ କଟକ ଓ ଭୁବନେଶ୍ୱର ସହର ନୟାଗଡ଼, ଖୋର୍ଦ୍ଧା, କଟକ, ମୟୂରଭଞ୍ଜ, ବାଲେଶ୍ୱର ଓ ପୁରୀ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି ।

ସେପଟେ ମୌସୁମୀ ଆଗମନ ବିଳମ୍ବ ହୋଇଥିବା ବେଳେ ସାରା ରାଜ୍ୟ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛି । ପାଣିପାଗ ବିଭାଗର ଆକଳନ ଅନୁସାରେ,  ଆଗାମୀ ୪ ଦିନ ଯାଏ ଦିନ ତାପମାତ୍ରା ରେ ବିଶେଷ ପରିବର୍ତ୍ତନ ହେବ ନାହିଁ । ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ସାମାନ୍ୟ ତଳକୁ ଖସିବ । ୩ ଦିନ ଉପକୂଳ ଏବଂ ୫ ଦିନ ଯାଏ ପଶ୍ଚିମ ଓଡ଼ିଶାରେ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି ।

Leave A Reply

Your email address will not be published.