ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ଏଣୁ ଗତ କିଛି ଦିନ ହେବ ତାପମାତ୍ରାରେ ସାମାନ୍ୟ ବ୍ରେକ୍ ଲାଗିଛି। କାଳବୈଶାଖୀ ପ୍ରଭାବରେ ରାଜ୍ୟର ବହୁ ସ୍ଥାନରେ ପାଗ ମେଘୁଆ ରହିଥିବା ବେଳେ କିଛି ସ୍ଥାନରେ କାଁ ଭାଁ ବର୍ଷା ମଧ୍ୟ ହେଉଛି। ଅନ୍ୟପଟେ ରାଜ୍ୟର ୧୧ ଜିଲ୍ଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସେହି ଜିଲ୍ଲା ଗୁଡିକ ହେଉଛି ପୁରୀ, କୋରାପୁଟ, ଗଜପତି, ନବରଙ୍ଗପୁର, ନୂଆପଡା, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ ଏବଂ ରାୟଗଡ଼ା। ଏହି ସବୁ ଜିଲ୍ଲାରେ ଆଗାମୀ ୩ ଘଣ୍ଟା ମଧ୍ୟରେ ବିଜୁଳି, ଘଡଘଡି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି। ପବନର ବେଗ ୪୦-୫୦ କିମି. ରହିବ।
ତେଣୁ ସାଧାରଣ ଲୋକଙ୍କୁ ପାଣିପାଗ ଉପରେ ନଜର ରଖି ନିରାପଦ ସ୍ଥାନରେ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
Comments are closed.