Latest Odisha News

BREAKING NEWS

ପାଣିପାଗ ସତର୍କ ସୂଚନା; ଆଜି ରାତିରେ ଏହିସବୁ ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ୨୦ଟି ଜିଲ୍ଲାରେ ଝଡ଼ବର୍ଷା ସହିତ ମଧ୍ୟମ ଧରଣର ବର୍ଷା ହେବାର ସତର୍କ ସୂଚନା ପ୍ରଦାନ କରାଯାଇଛି ।

ରାଜ୍ୟର ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାରେ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ।

ରବିବାର ରାତି ଗୋଟାଏ ସୁଦ୍ଧା ଏହି ସବୁ ଜିଲ୍ଲାଗୁଡ଼ିକରେ ବର୍ଷା ହେବାର ଯଥେଷ୍ଟ ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.