Latest Odisha News

BREAKING NEWS

ବଜ୍ରପାତ ସହ ବର୍ଷା ଆଶଙ୍କା; ୬ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ରବିବାର ଦିନ ଆକଳନ କରାଯାଇଛି ।

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦୁଝର, କେନ୍ଦ୍ରାପଡା, ବାଲେଶ୍ୱର, ମୟୂରଭଞ୍ଜ, କଳାହାଣ୍ଡି ଓ ନୂଆପଡା ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।


ଏହିସବୁ ଜିଲ୍ଲାଗୁଡିକରେ ବିଭାଗ ପକ୍ଷରୁ ଦିନ ୩ଟା ଯାଏଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.