ଭୁବନେଶ୍ୱର: ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।
ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ନୟାଗଡ, କଳାହାଣ୍ଡି, ବଲାଙ୍ଗିର, ନୂଆପଡା ଓ ବରଗଡ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି ୩୦-୪୦ କିମି. ରହିବ ବୋଲି ଜଣାପଡିଛି ।