Latest Odisha News

BREAKING NEWS

ଜାଣନ୍ତୁ, ରାଜ୍ୟର କେଉଁସବୁ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି।

ଜିଲ୍ଲାଗୁଡିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଓ ନୟାଗଡ ଆଦି ରହିଛି ।

ପ୍ରାପ୍ତ ସୂଚନାନୁଯାୟୀ ଜିଲ୍ଲା ଗୁଡିକରେ ଦିନ ୧ଟା ୩୦ଯାଏଁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି.ବେଗରେ ପବନ ବହିବା ସହ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି ।

Comments are closed.