Latest Odisha News

BREAKING NEWS

ଘଡଘଡି ସହ ବର୍ଷା ଆଶଙ୍କା: ରାଜ୍ୟର ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ପ୍ରାୟ ୧୧ଟି ଜିଲ୍ଲାରେ କାଳବୈଶାଖୀ ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଗୁରୁବାର ଦିନ ଆକଳନ କରାଯାଇଛି ।

ଭାରତୀୟ ପାଣିପାଗ ବିଭାଗର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୨ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି ।

ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ ଓ ପୁରୀ ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.