Latest Odisha News

ଘଡଘଡି ସହ ବର୍ଷା ଆଶଙ୍କା, ୧୧ଟି ଜିଲ୍ଲାକୁ ଆଲର୍ଟ ଜାରି

ଭୁବନେଶ୍ୱର : ରାଜ୍ୟର ଭୁବନେଶ୍ୱର ସମେତ ପ୍ରାୟ ୧୧ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଦିନ ଆକଳନ କରାଯାଇଛିା

ବିଭାଗ ପକ୍ଷରୁ ଜାରି ବୁଲେଟିନ୍ ଅନୁଯାୟୀ ଦିନ ୩ଟାରୁ ସନ୍ଧ୍ୟା ୭ଟା ମଧ୍ୟରେ ଖୋର୍ଦ୍ଧା, କଟକ, ନୟାଗଡ଼, କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼ ଓ ଯାଜପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି ।

ଏହିସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.